< Matthæus 8 >

1 Men da han var gået ned ad Bjerget, fulgte store Skarer ham.
ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।
2 Og se, en spedalsk kom, faldt ned for ham og sagde: "Herre! om du vil, så kan du rense mig."
ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
3 Og han udrakte Hånden, rørte ved ham og sagde: "Jeg vil; bliv ren!" Og straks blev han renset for sin Spedalskhed
ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।
4 Og Jesus siger til ham: "Se til, at du ikke siger det til nogen; men gå hen, fremstil dig selv for Præsten, og offer den Gave, som Moses har befalet, til Vidnesbyrd for dem."
ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”
5 Men da han gik ind i Kapernaum, trådte en Høvedsmand hen til ham, bad ham og sagde:
ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,
6 "Herre! min Dreng ligger hjemme værkbruden og, pines svarlig."
ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।
7 Jesus siger til ham: "Jeg vil komme og helbrede ham."
ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।”
8 Og Høvedsmanden svarede og sagde: "Herre! jeg er ikke værdig til, at du skal gå ind under mit Tag; men sig det blot med et Ord, så bliver min Dreng helbredt.
କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।
9 Jeg er jo selv et Menneske, som står under Øvrighed og har Stridsmænd under mig; og siger jeg til den ene: Gå! så går han; og til den anden: Kom! så kommer han; og til min Tjener: Gør dette! så gør han det."
କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।
10 Men da Jesus hørte det, forundrede han sig og sagde til dem, som fulgte ham: "Sandelig, siger jeg eder, end ikke i Israel har jeg fundet så stor en Tro.
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।
11 Men jeg siger eder, at mange skulle komme fra Øster og Vester og sidde til Bords med Abraham og Isak og Jakob i Himmeriges Rige.
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
12 Men Rigets Børn skulle kastes ud i Mørket udenfor; der skal der være Gråd og Tænders Gnidsel."
ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”
13 Og Jesus sagde til Høvedsmanden:"Gå bort, dig ske, som du troede!" Og Drengen blev helbredt i den samme Time.
ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, “ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।” ସେହିକ୍ଷଣି ଦାସଟି ସୁସ୍ଥ ହେଲା।
14 Og Jesus kom ind i Peters Hus og så, at hans Svigermoder lå og havde Feber.
ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;
15 Og han rørte ved hendes Hånd, og Feberen forlod hende, og hun stod op og vartede ham op.
ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।
16 Men da det var blevet Aften, førte de mange besatte til ham, og han uddrev Ånderne med et Ord og helbredte alle de syge;
ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
17 for at det skulde opfyldes, som er talt ved Profeten Esajas, der siger: "Han tog vore Skrøbeligheder og bar vore Sygdomme."
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”
18 Men da Jesus så store Skarer omkring sig, befalede han at fare over til hin Side.
ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ।
19 Og der kom een, en skriftklog, og sagde til ham: "Mester! jeg vil følge dig, hvor du end går hen."
ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
20 Og Jesus siger til ham: "Ræve have Huler, og Himmelens Fugle Reder; men Menneskesønnen har ikke det, hvortil han kan hælde sit Hoved."
ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”
21 Men en anden af disciplene sagde til ham: "Herre! tilsted mig først at gå hen og begrave min Fader."
ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
22 Men Jesus siger til ham: "Følg mig, og lad de døde begrave deres døde!"
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”
23 Og da han gik om Bord i Skibet, fulgte hans Disciple ham.
ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ।
24 Og se, det blev en stærk Storm på Søen, så at Skibet skjultes af Bølgerne; men han sov.
ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ।
25 Og de gik hen til ham, vækkede ham og sagde: "Herre, frels os! vi forgå."
ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।
26 Og han siger til dem: "Hvorfor ere I bange, I lidettroende?" Da stod han op og truede Vindene og Søen, og det blev ganske blikstille.
ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।
27 Men Menneskene forundrede sig og sagde: "Hvem er dog denne, siden både Vindene og Søen ere ham lydige?"
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
28 Og da han kom over til hin Side til Gadarenernes Land, mødte ham to besatte, som kom ud fra Gravene, og de vare såre vilde, så at ingen kunde komme forbi ad den Vej.
ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।
29 Og se, de råbte og sagde: "Hvad have vi med dig at gøre, du Guds Søn? Er du kommen hid før Tiden for at pine os?"
ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
30 Men der var langt fra dem en stor Hjord Svin, som græssede.
ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା।
31 Og de onde Ånder bade ham og sagde: "Dersom du uddriver os, da send os i Svinehjorden!"
ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ।
32 Og han sagde til dem: "Går!" Men de fore ud og fore i Svinene; og se, hele Hjorden styrtede sig ned over Brinken ud i Søen og døde i Vandet.
ଯୀଶୁ ସେମାନଙ୍କୁ କହିଲେ, “ଯାଅ।” ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ଘୁଷୁରିପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ।
33 Men Hyrderne flyede og gik hen i Byen og fortalte det alt sammen, og hvorledes det var gået til med de besatte.
ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ।
34 Og se, hele Byen gik ud for at møde Jesus; og da de så ham, bade de ham om; at han vilde gå bort fra deres Egn.
ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ।

< Matthæus 8 >