< Salme 107 >

1 Halleluja! Lov Herren, thi han er god, thi hans Miskundhed varer evindelig!
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2 Så skal HERRENs genløste sige, de, han løste af Fjendens Hånd
ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
3 og samlede ind fra Landene, fra Øst og Vest, fra Nord og fra Havet.
ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।
4 I den øde Ørk for de vild, fandt ikke Vej til beboet By,
ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।
5 de led både Sult og Tørst, deres Sjæl var ved at vansmægte;
କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା।
6 men de råbte til HERREN i Nøden, han frelste dem at deres Trængsler
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।
7 og førte dem ad rette Vej, så de kom til beboet By.
ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନିଗଲେ।
8 Lad dem takke HERREN for hans Miskundhed, for hans Underværker mod Menneskens Børn.
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
9 Thi han mættede den vansmægtende Sjæl og fyldte den sultne med godt.
ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।
10 De sad i Mulm og Mørke, bundne i pine og Jern,
କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
11 fordi de havde stået Guds Ord imod og ringeagtet den Højestes Råd.
ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଚ୍ଛାୟାରେ ବସିଲେ;
12 Deres Hjerte var knuget af Kummer, de faldt, der var ingen, som hjalp;
ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା।
13 men de råbte til HERREN i Nøden, han frelste dem af deres Trængsler,
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ।
14 førte dem ud af Mørket og Mulmet og sønderrev deres Bånd.
ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।
15 Lad dem takke HERREN for hans Miskundhed, for hans Underværker mod Menneskens Børn.
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
16 Thi han sprængte Døre af Kobber og sønderslog Slåer af Jern.
ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।
17 De sygnede hen for Synd og led for Brødes Skyld,
ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।
18 de væmmedes ved al Slags Mad, de kom Dødens Porte nær
ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।
19 men de råbte til Herren i Nøden, han frelste dem af deres Trængsler,
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି।
20 sendte sit Ord og lægede dem og frelste deres Liv fra Graven.
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।
21 Lad dem takke HERREN for hans Miskundhed, for hans Underværker mod Menneskens Børn
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
22 og ofre Lovprisningsofre og med Jubel forkynnde hans Gerninger.
ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
23 De for ud på Havet i Skibe, drev Handel på vældige Vande,
ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,
24 blev Vidne til HERRENs Gerninger, hans Underværker i Dybet;
ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି।
25 han bød, og et Stormvejr rejste sig, Bølgerne tårnedes op;
ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।
26 mod Himlen steg de, i Dybet sank de, i Ulykken svandt deres Mod;
ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ଲୋକମାନଙ୍କ ପ୍ରାଣ ତରଳି ଯାଏ।
27 de tumled og raved som drukne, borte var al deres Visdom;
ସେମାନେ ମତ୍ତ ଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।
28 men de råbte til HERREN i Nøden, han frelste dem af deres Trængsler,
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।
29 skiftede Stormen til Stille, så Havets Bølger tav;
ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।
30 og glade blev de, fordi det stilned; han førte dem til Havnen, de søgte.
ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।
31 Lad dem takke HERREN for hans Miskundhed, for hans Underværker mod Menneskens Børn,
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
32 ophøje ham i Folkets Forsamling og prise ham i de Ældstes Kreds!
ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।
33 Floder gør han til Ørken og Kilder til øde Land,
ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।
34 til Saltsteppe frugtbart Land for Ondskabens Skyld hos dem, som - bor der.
ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।
35 Ørken gør han til Vanddrag, det tørre Land til Kilder;
ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।
36 der lader han sultne bo, så de grunder en By at bo i,
ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
37 tilsår Marker og planter Vin og høster Afgrødens Frugt.
ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।
38 Han velsigner dem, de bliver mange, han lader det ikke skorte på Kvæg.
ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।
39 De bliver få og segner under Modgangs og Kummers Tryk,
ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି।
40 han udøser Hån over Fyrster og lader dem rave i vejløst Øde.
ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
41 Men han løfter den fattige op af hans Nød og gør deres Slægter som Hjorde;
ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।
42 de oprigtige ser det og glædes, men al Ondskab lukker sin Mund.
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।
43 Hvo som er viis, han mærke sig det og lægge sig HERRENs Nåde på Sinde!
ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।

< Salme 107 >