< Salme 14 >

1 (Til sangmesteren. Af David.) Dårerne siger i Hjertet: "Der er ingen Gud!" Slet og afskyeligt handler de, ingen gør godt.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
2 HERREN skuer ned fra Himlen på Menneskens Børn for at se, om der findes en forstandig, nogen, der søger Gud.
ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।
3 Afveget er alle, til Hobe fordærvet, ingen gør godt, end ikke een!
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
4 Er alle de Udådsmænd da uden Forstand, der æder mit Folk, som åd de Brød, og ikke påkalder HERREN?
ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
5 Af Rædsel gribes de da, thi Gud er i de retfærdiges Slægt.
ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
6 Gør kun den armes Råd til Skamme, HERREN er dog hans Tilflugt.
ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
7 Ak, kom dog fra Zion Israels Frelse! Når HERREN vender Folkets Skæbne, skal Jakob juble, Israel glædes!
ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

< Salme 14 >