< Salme 44 >
1 (Til sangmesteren. Af Koras sønner. En maskil.) Gud, vi har hørt det med egne ører, vore Fædre har fortalt os derom; du øved en Dåd i deres Dage, i Fortids Dage med din Hånd;
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
2 Folk drev du bort, men plantede hine, Folkeslag knuste du, men dem lod du brede sig;
ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
3 thi de fik ej Landet i Eje med Sværdet, det var ej deres Arm, der gav dem Sejr, men det var din højre, din Arm og dit Ansigts Lys, thi du havde dem kær.
କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
4 Du, du er min Konge, min Gud, som sender Jakob Sejr.
ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
5 Ved dig nedstøder vi Fjenden, Modstanderne træder vi ned i dit Navn;
ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
6 thi ej på min Bue stoler jeg, mit Sværd kan ikke give mig Sejr;
ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।
7 men du gav os Sejr over Fjenden, du lod vore Avindsmænd blive til Skamme.
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
8 Vi roser os altid af Gud, dit Navn vil vi love for evigt. (Sela)
ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। (ସେଲା)
9 Dog har du forstødt os, gjort os til Spot, du drager ej med vore Hære;
ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
10 du lader os vige for Fjenden, vore Avindsmænd tager sig Bytte;
ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
11 du har givet os hen som Slagtekvæg, og strøet os ud mellem Folkene,
ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
12 dit Folk har du solgt til Spotpris, vandt ikke Rigdom ved Salget.
ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।
13 Til Hån for Naboer gør du os, til Spot og Spe for Grander,
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
14 du gør os til Mundheld blandt Folkene, lader Folkeslagene ryste på Hovedet ad os.
ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
15 Min Skændsel er mig altid i Tanke, og Skam bedækker mit Åsyn
ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,
16 for spottende, hånende Tale, for Fjendens og den hævngerriges Blikke.
ସାରାଦିନ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।
17 Alt det kom over os, skønt vi glemte dig ikke, sveg ikke heller din Pagt!
ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।
18 Vort Hjerte veg ikke fra dig, vore Skridt forlod ej din Vej.
ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଚ୍ଛାୟାରେ ଆଚ୍ଛନ୍ନ କରିଅଛ ବୋଲି
19 Dog knuste du os, hvor Sjakalerne bor, og indhylled os i Mørke.
ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।
20 Havde vi glemt vor Guds Navn, bredt Hænderne ud mod en fremmed Gud,
ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
21 vilde Gud ej opspore det? Han kender jo Hjerternes Løn dom
ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
22 nej, for din Skyld dræbes vi Dagen lang og regnes som Slagtekvæg!
ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।
23 Vågn op, hvi sover du, Herre? Bliv vågen, forstød ej for stedse!
ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
24 Hvorfor vil du skjule dit Åsyn, glemme vor Nød og Trængsel?
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?
25 Thi vor Sjæl ligger bøjet i Støvet, vort Legeme klæber ved Jorden.
କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି।
26 Stå op og kom os til Hjælp, forløs os for din Miskundheds Skyld!
ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର।