< Salme 6 >

1 (Til sangmesteren. Med strengespil. Efter den ottende. En salme af David.) HERRE, revs mig ej i din Vrede, tugt mig ej i din Harme,
ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
2 vær mig nådig Herre, jeg sygner hen, mine Ledmod skælver, læg mig, Herre!
ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3 Såre skælver min Sjæl; o HERRE, hvor længe endnu?
ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
4 Vend tilbage, HERRE, og frels min Sjæl, hjælp mig dog for din Miskundheds Skyld!
ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5 Thi i Døden kommes du ikke i Hu, i Dødsriget hvo vil takke dig der? (Sheol h7585)
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? (Sheol h7585)
6 Jeg er så træt af at sukke; jeg væder hver Nat mit Leje, bader med Tårer min Seng;
ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
7 mit Øje hentæres af Sorg, sløves for alle mine Fjenders Skyld.
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
8 Vig fra mig, alle I Udådsmænd, thi HERREN har hørt min Gråd,
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।
9 HERREN har hørt min Tryglen, min Bøn tager HERREN imod.
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
10 Beskæmmes skal alle mine Fjender og såre forfærdes, brat skal de vige med Skam.
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ।

< Salme 6 >