< Salme 77 >

1 (Til Sangmesteren. Til Jedutun. Af Asaf. En Salme.) Jeg råber, højt til Gud, og han hører mig,
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଆସଫର ଗୀତ। ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।
2 jeg søger Herren på Nødens Dag, min Hånd er om Natten utrættet udrakt, min Sjæl vil ikke lade sig trøste;
ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
3 jeg ihukommer Gud og stønner, jeg sukker, min Ånd vansmægter. (Sela)
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। (ସେଲା)
4 Du holder mine Øjne vågne, jeg er urolig og målløs.
ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
5 Jeg tænker på fordums dage, ihukommer længst henrundne År;
ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
6 jeg gransker om Natten i Hjertet, grunder og ransager min Ånd.
ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 Vil Herren bortstøde for evigt og aldrig mer vise Nåde,
“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
8 er hans Miskundhed ude for stedse, hans Trofasthed omme for evigt og altid,
ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?
9 har Gud da glemt at ynkes, lukket sit Hjerte i Vrede? (Sela)
ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?” (ସେଲା)
10 Jeg sagde: Det er min Smerte; at den Højestes højre er ikke som før.
ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
11 Jeg kommer HERRENs Gerninger i Hu, ja kommer dine fordums Undere i Hu.
ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
12 Jeg tænker på al din Gerning og grunder over dine Værker.
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
13 Gud, din Vej var i Hellighed, hvo er en Gud så stor som Gud!
ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ?
14 Du er en Gud, som gør Undere, du gjorde din Vælde kendt blandt Folkene,
ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 udøste dit Folk med din Arm, Jakobs og Josefs Sønner. (Sela)
ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
16 Vandene så dig, Gud, Vandene så dig og vred sig i Angst, ja Dybet tog til at skælve;
ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
17 Skyerne udøste Vand, Skyhimlens Stemme gjaldede, dine Pile for hid og did;
ମେଘମାଳ ଜଳ ବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
18 din bragende Torden rullede, Lynene oplyste Jorderig, Jorden bæved og skjalv;
ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
19 din Vej gik midt gennem Havet, din Sti gennem store Vande, dine Fodspor kendtes ikke.
ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।
20 Du førte dit Folk som en Hjord ved Moses's og Arons Hånd.
ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

< Salme 77 >