< 2 Weche Mag Ndalo 10 >
1 Rehoboam nodhi Shekem nimar jo-Israel duto nodhi kuno mondo okete ruoth.
ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।
2 Kane Jeroboam wuod Nebat nowinjo wachni (ne en Misri kuma noringo odhiye koa kuom Ruoth Solomon), noduogo koa Misri.
ଏଥିମଧ୍ୟରେ ନବାଟର ପୁତ୍ର ଯାରବୀୟାମ, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ ସମ୍ବାଦ ପାଇ ମିସରରୁ ଫେରି ଆସିଲେ।
3 Omiyo negioro joote ir Jeroboam, mi nobiro ir Rehoboam kaachiel gi jo-Israel duto mi giwachone niya,
ଆଉ, ଲୋକମାନେ ତାଙ୍କୁ ଡକାଇ ପଠାଇଲେ; ତହିଁରେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଆସି ରିହବୀୟାମଙ୍କୁ ଏହି କଥା କହିଲେ;
4 “Wuonu nomiyowa tingʼ mapek, to koro yie iket tingʼ mapekno kod tij achunano obednwa mayot, to wabiro tiyoni.”
“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।”
5 Rehoboam nodwoko niya, “Dhi uduog ira bangʼ ndalo adek.” Bangʼe negia ma gidhi.
ତହୁଁ ସେ ସେମାନଙ୍କୁ କହିଲେ, “ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ ନିକଟକୁ ଆସ” ତହିଁରେ ଲୋକମାନେ ଚାଲିଗଲେ।
6 Eka Ruoth Rehoboam nonono jodongo manotiyo e bwo wuon-gi Solomon kapod ongima. Nopenjogi niya, “Ere kaka unyalo ngʼadona rieko mondo adwok jogi?”
ଏଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବିତ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ?”
7 Negidwoke niya, “Kiyie bedo mangʼwon ne jogi kilombogi kendo kimiyogi dwoko mowinjore, to gibiro bedo jotichni ndalo duto.”
ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”
8 To Rehoboam nodagi rieko mane jodongo ongʼadone kendo nopimo wach gi mbesene mane odongogo kendo ne tiyone.
ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।
9 Nopenjogi niya, “Un to uneno nangʼo? Ere kaka dwadwok jogi mawacho ni, ‘Dwok chien tingʼ mapek mane wuonu oketo kuomwa’?”
ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ‘ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ପରାମର୍ଶ ଦେଉଅଛ?’”
10 Mbesene mane odongogo nodwoke niya, “Dwok jogo mosekwayi ni, ‘Wuonu noketo tingʼ mapek kuomwa, yie iket tingʼni obed mayot.’ Koro nyisgi ni, ‘Lith lweta matin duongʼ moloyo nungo wuonwa.
ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ‘ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର’ ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ, ‘ମୋହର କନିଷ୍ଠ ଅଙ୍ଗୁଳି ମୋହର ପିତାଙ୍କ କଟିଠାରୁ ମୋଟା।
11 Wuonwa noketo kuomu tingʼ mapek; an to abiro medo pekne moloyo. Wuonwa nochwadou gi boka, an to abiro chwadou malit makecho ka thomoni.’”
ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”
12 Bangʼ ndalo adek Jeroboam kod oganda duto noduogo ir Rehoboam mana kaka ruoth nosewacho niya, “Dwoguru ira bangʼ ndalo adek.”
ଏଥିରେ “ତୃତୀୟ ଦିନରେ ମୋʼ ନିକଟକୁ ପୁଣି ଆସ” ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମଙ୍କ ନିକଟକୁ ଆସିଲେ
13 Ruoth nodwokogi kager. Notamore tiyo gi rieko mane jodongo ongʼadone,
ତହିଁରେ ରାଜା ସେମାନଙ୍କୁ କଟୁ ଉତ୍ତର ଦେଲେ। ପୁଣି ରିହବୀୟାମ ରାଜା ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି
14 moluwo rieko mbesene mowacho niya, “Wuonwa nomiyou tingʼ mapek, an to abiro miyou tingʼ mapek moloyo. Wuonwa nochwadou gi boka, an to abiro chwadou malit ka thomoni makecho.”
ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”
15 Omiyo ruoth ne ok odewo kwayo mar ji, nimar Nyasaye ema nomiyo mano otimore mondo ochop wach mane Jehova Nyasaye owacho gi dho Ahija ja-Shilo ne Jeroboam wuod Nebat.
ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ୱରଙ୍କ ଆଡ଼ୁ ଘଟିଲା।
16 Kane jo-Israel duto noneno ni ruoth nodagi winjo wachgi, negidwoko ruoth niya, “Wat mane moriwowa kod Daudi, angʼo moriwowa gi wuod Jesse? Doguru e hembeu, yaye jo-Israel! Rituru dhoutu uwegi, yaye oganda Daudi!” Kuom mano jo-Israel duto nodok e miechgi.
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ।” ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।
17 To ni jo-Israel mane odak e mier mag Juda, Rehoboam ne pod jatendgi.
ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।
18 Ruoth Rehoboam nooro Adoniram mane jarit joma ichuno mondo oti githuon to jo-Israel duto nochiele gi kite motho. Kata kamano Ruoth Rehoboam nonwangʼo thuolo moidho gache nyaka Jerusalem mondo otony.
ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।
19 Kuom mano Israel nongʼanyo ni joka Daudi nyaka chil kawuono.
ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ।