< Rapar Mar Chik 29 >

1 Magi e weche mag singruok mane Jehova Nyasaye ochiko Musa mondo omi jo-Israel otim kane gin Moab, kaachiel gi singruok mane osetimo kodgi Horeb.
ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।
2 Musa noluongo jo-Israel duto mowachonegi niya, Useneno gi wangʼu gik moko duto mane Jehova Nyasaye otimo Misri ne Farao, jodonge duto, to gi pinyno.
ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,
3 Ne uneno gi wangʼu timbe madongo mane gin ranyisi gi honni.
ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି,
4 To nyaka chil kawuono pok Jehova Nyasaye imiyou paro mar ngʼeyo, mar neno kata it mar winjo.
ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।
5 E kinde mag higni piero angʼwen kane atelonu e thim lepu ne ok oti kata wuocheu bende ok oti.
ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।
6 Ne ok uchamo makati kata madho divai kata gima mero ji ne atimo mano mondo ungʼe ni An e Jehova Nyasaye ma Nyasachu.
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।
7 Kane uchopo ka, Sihon ruodh Heshbon kod Og ruodh Bashan ne omonjowa to ne waloyogi.
ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।
8 Ne wakawo pinygi mi wamiyo jo-Reuben, jo-Gad kod nus mar dhood jo-Manase kaka girkeni.
ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।
9 Nyaka urit weche mag singruokgi mondo mi udongi kuom gik moko duto mutimo.
ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।
10 Kawuononi uchungʼ uduto e nyim Jehova Nyasaye ma Nyasachu ka un kaachiel gi jotendu, jou madongo, jodongu, jotendu mamoko, kod jo-Israel duto machwo,
ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;
11 kaachiel gi nyithindu kod mondu, to gi jopinje mamoko modak e kembeu kabaronu yien kendo umbonu pi.
ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,
12 Uchungo ka mondo utim singruok gi Jehova Nyasaye ma Nyasachu, singruok ma Jehova Nyasaye timo kodu kawuononi gi kwongʼruok chopo kare,
ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
13 mondo oyieru adimba kaka joge, ka obedo Nyasachu kaka ne osingore ne kwereu ma Ibrahim, Isaka kod Jakobo.
ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।
14 Atimo singruokni ka akwongʼora kawuono, ok gi un kende
ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;
15 ma uchungʼ ka kodwa kawuononi e nyim Jehova Nyasaye ma Nyasachwa, to atime nyaka gi joma onge kodwa ka kawuono.
ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।
16 Un ungʼeyo kaka ne wadak Misri kendo kaka ne wakalo e kind pinje ka wabiro ka.
କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;
17 Ne uneno gik mamono ma gilamo kod kido mag nyisechegi manono molos gi yien kod kite, kaachiel gi mago mag fedha gi dhahabu.
ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।
18 Neuru ni onge dichwo kata dhako, anywola kata dhoot moro e dieru kawuono ma chunye lokore weyo Jehova Nyasaye ma Nyasachwa kadhi lamo nyiseche mag jopinjego; bende neuru ni onge yath manyago olemo makech mar richo.
ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
19 Ka ngʼat ma kamano owinjo weche mag singruok mi omiyore gweth kende kendo owacho e chunye niya, “Onge gima biro tima kata obedo ni asetimo mana giga awuon maparo.” Magi duto nokel masira ne pinje mag pi to gi kuonde motwo.
ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
20 Jehova Nyasaye ok nowene ngʼatno richone, kendo mirimbe mager nowangʼ ngʼatno ka mach. Kwongʼ duto mondikie kitabuni nomake kendo Jehova Nyasaye noruch nyinge oko e bwo pinyni.
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
21 Jehova Nyasaye nopoge kuom dhout Israel duto mi none masira kaluwore gi singruok duto mag kwongʼ mondiki ei Kitabuni mar Chik.
ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।
22 Nyithindu manobi bangʼu to gi jopinje moa mabor none kit kwongʼ duto modonjo e piny kod tuoche mayoreyore ma Jehova Nyasaye osekelo kuomgi.
ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
23 Piny duto nowangʼ gi mach kendo notim chumbi, maonge gima opidhi manobedie, kata gima dongo ok none, bende onge kata mana alode manodongie. Nokethre mana ka Sodom gi Gomora gi Adma kod Zeboim mane Jehova Nyasaye oketho ka mirima nomake.
ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
24 Pinje duto nopenjre niya, “Angʼo momiyo Jehova Nyasaye otimo ma ne pinyni? Angʼo momiyo mirima mager omake malich kama?”
ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”
25 To nodwokgi niya, “Nikech jogi ne ojwangʼo singruok mar Jehova Nyasaye, ma Nyasach kweregi mane otimo kodgi kogologi e piny Misri.
ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।
26 Negidhi mi gilamo nyiseche moko nono ma gikulorenegi, nyiseche mane ok gingʼeyo, ma gin nyiseche mane ok imiyogi mondo gilam.
ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।
27 Emomiyo mirimb Jehova Nyasaye nowangʼo pinyni, kokelo kuomgi kwongʼ duto ma ondiki e kitabuni.
ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
28 Kane Jehova Nyasaye iye owangʼ ka en gi mirima mager, nogologi oko mi oterogi e piny moro ma pod gintiere nyaka chil kawuono.”
ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।”
29 Gik mopondo duto ni e lwet Jehova Nyasaye ma Nyasachwa, to gik mofwenynwa gin magwa kod nyithindwa nyaka chiengʼ, mondo mi walu weche duto mondiki e kitabuni.
ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।

< Rapar Mar Chik 29 >