< Ezra 5 >
1 Koro Hagai janabi kod Zekaria janabi, nyakwar Ido, nokorone jo-Yahudi e Juda gi Jerusalem e nying Nyasach Israel, mane nitiere kuomgi.
ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
2 Eka Zerubabel wuod Shealtiel kod Jeshua wuod Jozadak nowuok mondo oti tij gedo mar od Nyasaye e Jerusalem. Kendo jonabi mag Nyasaye ne ni kodgi, kakonyogi.
ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।
3 E kindeno Tatenai, ruodh Yufrate, kod Shetha-Bozenai gi joma gitiyogo kanyakla nodhi irgi kendo openjo niya, “En ngʼa mane omiyou thuolo mar gero hekaluni kendo loso iye?”
ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”
4 Gin bende negipenjo niya, “Joma gero odni nying-gi ngʼa?”
ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ?”
5 To Nyasaye ne ni kod jodong jo-Yahudi, omiyo ne ok ochung-gi mondo giwe tich ka pod irito dwoko ma ruoth Darius ondiko gi lwete.
ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।
6 Ma e baruwa machal gi mane Tatenai, ruodh Yufrate, kod Shetha-Bozenai gi joma negitiyogo kanyakla, kod jotend Yufrate, noorone Ruoth Darius.
ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;
7 Wach mane giorone ne chalo kama: Ne Ruoth Darius: Wamosi ahinya.
ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖାଥିଲା; “ମହାରାଜ ଦାରୀୟାବସଙ୍କର ସର୍ବଶାନ୍ତି।
8 Ruoth onego ngʼe nine wadhi e gwengʼ mar Juda, e hekalu mar Nyasaye maduongʼ. Ji gedo gi kite madongo kendo giketo bepe e kore. Tich tiyore e yo modimbore kendo odhi nyime mapiyo e bwo telo margi.
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।
9 Ne wamiyo jodongo penjo ka wapenjogi niya, “En ngʼa momiyou thuolo mar gero hekaluni kendo loso iye?”
ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?’
10 Bende ne wapenjogi nying-gi, mondo omi wandik nying jotendgi ne in.
ମଧ୍ୟ ଆମ୍ଭେମାନେ ଆପଣଙ୍କୁ ଜଣାଇବା ନିମନ୍ତେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।
11 Ma e dwoko mane gimiyowa: Wan jotich mar Nyasach polo kod piny, kendo wagero hekalu manyien mane oger higni mangʼeny mokalo, mano mane ruoth maduongʼ mar Israel ogero kendo otieko.
ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।
12 To nikech wuonewa nowangʼo ii Nyasach Polo, nochiwogi ne Nebukadneza ja-Kaldea, ruodh Babulon, ma nomuko hekaluni kendo oriembo ji nyaka Babulon.
ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍ଦୀୟ ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।
13 Kata kamano, e higa mokwongo mar Sairas ruodh Babulon, Ruoth Sairas nochiwo chik mondo odni mar Nyasaye oger manyien.
ମାତ୍ର ବାବିଲର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ।
14 Bende nogolo koa e hekalu mar Babulon gige dhahabu gi fedha mar od Nyasaye, gigo mane Nebukadneza okawo koa e hekalu man Jerusalem kendo okelo e hekalu man Babulon. Bangʼe Ruoth Sairas nomiyogi ngʼat ma nyinge Sheshbaza, mane osewalo jatelo,
ଆହୁରି, ନବୂଖଦ୍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;
15 kendo onyise niya, “Kaw gigi kendo idhi mi ikan-gi e hekalu man Jerusalem. Kendo iger manyien od Nyasaye e kare machon.”
ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱ ସ୍ଥାନରେ ନିର୍ମିତ ହେଉ।
16 Omiyo ngʼatni miluongo ni Sheshbaza nobiro mi oketo mise mar od Nyasaye e Jerusalem. Kochakore e odiechiengno nyaka sani pod igere to pod ok otieke.
ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।
17 Omiyo koro ka berne ruoth, to mondo nonro otim e kar keno mag gik machon mar Babulon mondo ne ka Ruoth Sairas nochiwo chik mondo oger manyien od Nyasaye e Jerusalem. Eka ruoth mondo oornwa kaka ongʼado wachni.
ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୂଶାଲମରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ଡାର ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।”