< Chakruok 17 >

1 Kane Abram ne ja-higni piero ochiko gochiko, Jehova Nyasaye nofwenyorene mi nowachone niya, “An Nyasaye Maratego; bed ngʼama odimbore e nyima kendo maonge ketho.
ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
2 Abiro guro singruokna e kinda kodi kendo anamed kothi obed mangʼeny.”
ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”
3 Abram nopodho auma e nyim Nyasaye kendo Nyasaye nowachone niya,
ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
4 “Singruok matimo kodi ema: Inibed wuon ogendini mangʼeny.
“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
5 Ok nochak oluongi ni Abram; to enoluongi ni Ibrahim, nimar aseketi ibedo wuon ogendini mangʼeny.
ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।
6 Anamiyi nyikwayo mathoth; ginidog ogendini madongo kendo ruodhi nowuog kuomgi.
ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।
7 Anagur singruokna manyaka chiengʼ e kinda kodi gi nyikwayi kod tienge mabiro, mi anabed Nyasachi kendo Nyasach nyikwayi nyaka chiengʼ.
ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
8 Piny Kanaan duto makoro udakieni anamiyi kaachiel gi nyikwayi mondo obed girkeni manyaka chiengʼ kendo anabed Nyasachgi.”
ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
9 Eka Nyasaye nowacho ne Ibrahim niya, “In kaachiel gi nyikwayi kod tienge mabiro nyaka rit singruokna.
ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।
10 Singruokna manyaka iriti, in kaachiel gi nyikwayi ema: Ngʼato ka ngʼata madichwo e kindu nyaka ter nyangu.
ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।
11 Nyaka teru nyangu kendo ma nobed ranyisi mar singruokna e kinda kodu.
ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।
12 Kuom tienge mabiro ngʼato angʼata madichwo monywol e uteu kata ongʼiew gi pesa ma ok kothu nyaka ter nyangu, e odiechiengʼ mar aboro bangʼ nywolne.
ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।
13 Nyaka tergi nyangu bedni onywolgi e uteu kata ongʼiewogi gi pesa. Singruokna man kuom ringreu nyaka bed mosiko.
ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।
14 Ngʼato angʼata madichwo, mane ok oter nyangu e ringruok, nogol oko kuom jogi; nikech oseketho singruokna.”
ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”
15 Nyasaye nomedo wachone Ibrahim niya, “Koro ok inichak iluong Sarai chiegi ni Sarai, to iniluonge ni Sara.
ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।
16 Anagwedhe kendo anamiyi nyathi ma wuowi koa kuome. Anagwedhe mi nobed min ogendini; kendo ruodhi mag ogendini noa kuome.”
ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”
17 Ibrahim nopodho auma; monyiero kowacho e chunye niya, “Bende ngʼama ja-higni mia achiel nyalo nywolo wuowi? Bende Sara ma ja-higni piero ochiko nyalo nywolo nyathi?”
ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”
18 Kendo Ibrahim nowacho ne Nyasaye niya, “Mano nyalo mana timore kaponi Ishmael odak e bwo ngʼwono mari!”
ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”
19 Eka Nyasaye nodwoke niya, “Ooyo, en mana Sara chiegi ema nonywolni wuowi, kendo iniluong nyinge ni Isaka. Anaket singruokna kode kaka singruok manyaka chiengʼ ne nyikwaye.
ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
20 To bende asewinjo kwayo mikwayo nikech Ishmael, omiyo anagwedhe, kendo anamiye nyithindo gi nyikwayo mangʼeny.
ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
21 Makmana singruokna abiro chopo gi Isaka ma Sara biro nywolone e kinde maka ma e higa mabiro.”
ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍‌ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”
22 Kane Nyasaye osetieko wuoyo kod Ibrahim, noweye modhi.
ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
23 E odiechiengno Ibrahim nokawo wuode Ishmael kod jogo duto machwo monywol e ode kata mane ongʼiewo gi pesa, kendo noterogi nyangu, mana kaka Nyasaye nonyise.
ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
24 Ibrahim ne ja-higni piero ochiko gochiko kane otere nyangu,
ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
25 to wuode Ishmael ne ja-higni apar gadek.
ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
26 Ibrahim kod wuode Ishmael noter nyangu odiechiengno.
ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା।
27 Kendo chwo duto mane ni e od Ibrahim, kaachiel gi monywol e ode kata ma ongʼiewo, bende noter nyangu kode.
ପୁଣି, ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା।

< Chakruok 17 >