< Chakruok 23 >

1 Sara nodak kuom higni mia achiel gi piero ariyo gabiriyo.
ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।
2 Notho Kiriath Arba (ma tiende ni Hebron) e piny Kanaan, kendo Ibrahim noywago Sara kendo nodengo ahinya.
ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
3 Eka Ibrahim noa malo e but ringre chiege kendo owuoyo gi jo-Hiti kowachonegi niya,
ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,
4 “An mana jadak kendo wendo e kindu. Miyauru kamoro angʼiew moromo kar yiko.”
“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”
5 Jo-Hiti nodwoko Ibrahim niya,
ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
6 “Jaduongʼ, winjwa in jatelo maduongʼ e kindwa. Ik aika ngʼati e bur-wa moro amora miyiero. Onge ngʼato e dierwa mabiro tami yiko ngʼati e bure.”
ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”
7 Eka Ibrahim nochungʼ mokulore e nyim jo-Hiti.
ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।
8 Nowachonegi niya, “Ka uyie mondo aik ngʼata, to winjauru kendo ukwana Efron wuod Zohar
ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।
9 mondo mi ousna bure man Makpela manie giko puothe. Kwayeuru mondo ousnago e nengo mowinjore mondo obed kara mar yiko.”
ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍‍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
10 Efron ja-Hiti noyudo obet piny e kind jog-gi kendo nodwoko Ibrahim ka jo-Hiti duto ma nobiro e dhoranga dalano winjo.
ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
11 Nowachone niya, “Ooyo ruodha, winja, amiyi puodho, kendo amiyi bur man kanyo. Amiyigo e nyim jowagi duto mondo iyikie ngʼati motho.”
“ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
12 Ibrahim nochako okulore e nyim jo-Hiti,
ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
13 kendo nowacho ne Efron ka giwinjo niya, “Ka iyie to winja. Abiro chulo nengo mar puodhono. Yie achuli mondo mi aik ngʼata kanyo.”
ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
14 Efron nodwoko Ibrahim niya,
ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
15 “Winja ruodha; nengo lowono oromo kilo angʼwen gi nus mar fedha. To en angʼo mathagowa; ik ngʼati.”
“ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
16 Ibrahim noyie gi dwaro mar Efron kendo nomiye nengo mar puodho mane osewacho ka jo-Hiti winjo: ma en kilo angʼwen gi nus mar fedha kaluwore gi rapim mane jo-ohala tiyogo.
ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
17 Omiyo puoth Efron man Makpela machiegni gi Mamre kaachiel gi lowo kod bur mosekuny gi yien duto mane ni e puodhono,
ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
18 nodoko mwandu mag Ibrahim e nyim jo-Hiti duto mane obiro kaka joneno e dhoranga dala.
ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
19 Bangʼe Ibrahim noiko chiege Sara e bur mane ni e puodho ma Makpela machiegni gi Mamre (man Hebron) e piny Kanaan.
ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।
20 Kuom mano puodhono gi bur mane nitie jo-Hiti nomiyo Ibrahim kaka kare mar yiko.
ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।

< Chakruok 23 >