< Joshua 23 >

1 Bangʼ kinde moko ka Jehova Nyasaye nosemiyo jo-Israel kwe e kindgi gi wasikgi duto, noyudo ka koro Joshua oseti kendo ne en gi higni moniangʼ,
ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,
2 omiyo noluongo jo-Israel duto kaachiel gi jodong-gi, jotelo, jongʼad bura kod jotelo mamoko kendo mi owachonegi niya, “Aseti kendo hika oseniangʼ.
ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।
3 Un uwegi useneno gigo ma Jehova Nyasaye osetimo ni ogendinigi duto nikech un; ne en Jehova Nyasaye ma Nyasachu ema nokedonu.
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି।
4 Paruru kaka asepogo ni dhoutu pinje duto mag ogendini mane odongʼ kaka girkeni, ogendini mane aloyo, modak e kind aora Jordan kod Nam Maduongʼ mantiere yo podho chiengʼ.
ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି।
5 Jehova Nyasaye ma Nyasachu owuon biro riembo wasiku e nyimu. Omiyo riembgiuru gia e nyimu, kendo unukaw pinygi, mana kaka Jehova Nyasaye ma Nyasachu nosingonu.
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ।
6 “Beduru motegno ahinya; beduru motangʼ mondo ulu mago duto mondikie Kitabu mar Chik mar Musa, ma ok udok yo korachwich kata koracham.
ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;
7 Kik uriwru gi ogendini modongʼ e dieru, kik uluong nying nyisechegi kata kik ukwongʼru gi nying-gi. Kik utinegi kata kik ukulrunegi.
ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।
8 To nyaka umak Jehova Nyasaye ma Nyasachu motegno, mana kaka usebedo ka utimo.”
ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।
9 “Jehova Nyasaye oseriembo e nyimu oganda maduongʼ kendo maratego; kendo nyaka odiechiengni onge ngʼama oseloyou.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।
10 Ngʼato achiel biro lawo ji alufu achiel, nikech Jehova Nyasaye ma Nyasachu kedonu, mana kaka ne osingonu.
ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।
11 Omiyo beduru motangʼ mondo uher Jehova Nyasaye ma Nyasachu.
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।
12 “To ka ungʼanyo mi uriworu kod jogo motony manie pinyni modongʼ e dieru kendo unywomoru kodgi,
ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;
13 to ngʼeuru ni Jehova Nyasaye ma Nyasachu ok nochak oriemb ogendini e dieru kendo. Jogo nobednu obadho gi ramaki, boka mi chwadogo ngʼeu, kendo kudho e wengeu, nyaka chop ulal nono uae pinyni, ma Jehova Nyasaye ma Nyasachu osemiyou.
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।
14 “Koro sani adwaro dhi kuma ji duto manie piny dhiyoe. Ungʼeyo malongʼo gi chunyu duto ni onge singo moro amora ma Jehova Nyasaye ma Nyasachu nomiyou ma pod ok otimo. Singo duto osetimo maonge modongʼ.
ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।
15 Mana kaka singo duto maber mar Jehova Nyasaye ma Nyasachu osebedo adiera, omiyo Jehova Nyasaye biro kelo kuomu gigo maricho duto mobwogou godo, nyaka one ni otiekou pep e piny maberni ma osemiyou.
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।
16 Ka uketho singruok mane kindu gi Jehova Nyasaye ma Nyasachu, mane ochikou, kendo mi udhi ma utiyo ne nyiseche manono kukulorunegi, to mirimb Nyasaye biro olore kuomu, kendo ubiro lal nono piyo e piny maber ma osemiyouni.”
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”

< Joshua 23 >