< Jongʼad Bura 7 >

1 Gokinyi mangʼich, Jerub-Baal (mano en Gideon) kod joge duto nojot e soko mar Harod. Kambi jo-Midian ne nitiere yo nyandwat margi e holo man but got More.
ଏଥିଉତ୍ତାରେ ଯିରୁବ୍ବାଲ୍‍, ଅର୍ଥାତ୍‍, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।
2 Jehova Nyasaye nowachone Gideon niya, “In-gi ji mangʼeny ma ok anyal chiwo jo-Midian e lwetgi. Mondo kik jo-Israel sungrena ni tekogi ema oresogi,
ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।
3 go milome ne ji ni, ‘Ngʼato angʼata ma luoro omako ogom kendo oa e Got Gilead.’” Omiyo ji alufu piero ariyo gariyo noa, to ji alufu apar nodongʼ.
ଏଣୁ ଏବେ ଏହା କର, ‘ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର।’” ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।
4 To Jehova Nyasaye nodwoko Gideon niya, “Pod nitie ji mangʼeny ahinya. Kawgi itergi e pi, kendo abiro miyogi penj kuno. Ka awacho ni, ‘Ma biro dhi kodi,’ to obiro dhi; to ka awacho ni, ‘Ma ok bi dhi kodi,’ to ok obi dhi.”
ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତଥାପି ବହୁତ ଲୋକ ଅଛନ୍ତି; ସେମାନଙ୍କୁ ଜଳ ନିକଟକୁ ଆଣ, ସେଠାରେ ଆମ୍ଭେ ତୁମ୍ଭ ନିମନ୍ତେ ସେମାନଙ୍କୁ ପରୀକ୍ଷା କରିବା; ତହିଁରେ ଆମ୍ଭେ ଯାହା ବିଷୟରେ ତୁମ୍ଭକୁ କହିବା, ‘ଏ ତୁମ୍ଭ ସଙ୍ଗରେ ଯିବ,’ ସେ ତୁମ୍ଭ ସଙ୍ଗରେ ଯିବ; ପୁଣି ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିବା, ‘ଏ ତୁମ୍ଭ ସଙ୍ଗରେ ଯିବ ନାହିଁ,’ ସେ ଯିବ ନାହିଁ।”
5 Omiyo Gideon noterogi e dho pi. Kanyo Jehova Nyasaye nowachone niya, “Pog jogo magado pi gi lewgi kaka guok kuom jogo magoyo chong-gi piny mondo omodhi.”
ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ କର।”
6 Ji mia adek nogado pi gi lwetgi. Jogo modongʼ nogoyo chonggi piny mondo gimodhi.
ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳ ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।
7 Jehova Nyasaye nowachone Gideon niya, “Kuom ji mia adek mane ogado pi gi lwetgi, anaresu kendo achiw jo-Midian e lwetu. We ji mamoko odhi, ka moro ka moro dok dalane.”
ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲିଯାଆନ୍ତୁ।”
8 Omiyo Gideon nooro jo-Israel mamoko e hembegi, to ji mia adek mane odongʼ-go nokawo chiemo kod turumbete mag joma nodok e miechgi. Kambi jo-Midian ne ni e holo gi mwalo.
ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।
9 Otienono Jehova Nyasaye nowachone Gideon niya, “Aa malo, dhiyo imonj kambi, nikech adhi chiwe e lweti.
ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।
10 Kiluor mar monjogi, to dhi e kambi gi jatichni Pura
ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।
11 kendo ichik iti iwinj gima giwacho. Bangʼe, inibed gi mijingʼo mar monjo kambino.” Omiyo en kod Pura jatichne negidhi machiegni gi kambi.
ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ।” ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।
12 Jo-Midian, jo-Amalek kod jogo moa yo wuok chiengʼ nojot e holo mane oyugno ka kama bonyo ochokore. Ne gin gi ngamia mangʼeny mane ok nyal kwan mana ka kwoyo manie dho nam.
ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
13 Gideon nochopo mana ka ngʼat moro ne nyiso osiepene lek. Ngʼatno ne wachone osiepene niya, “Ne aleko ni makati molos gi mogo mar shairi molworore nobiro e kambi jo-Midian. Nogoyo hema gi teko ma hema olokore kendo olwar piny.”
ପୁଣି ଗିଦିୟୋନ୍‍ ଉପସ୍ଥିତ ହେଲା ବେଳେ, “ଦେଖ, ଜଣେ ଲୋକ ଆପଣା ସଙ୍ଗୀକୁ ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।”
14 Osiepne nodwoko niya, “Ma ok en wach moro machielo makmana ligangla mar Gideon wuod Joash, ma ja-Israel. Nyasaye osechiwo jo-Midian kod kambi duto e lwete.”
ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।”
15 Ka Gideon nowinjo lekno kod kaka oloke, nopako Nyasaye. Nodok e kambi jo-Israel kendo owacho niya, “Chungʼuru malo! Jehova Nyasaye osechiwo jo-Midian e lwetu.”
ସେତେବେଳେ ଗିଦିୟୋନ୍‍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରିଆସି କହିଲେ, “ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”
16 Nopogo ji mia adekgo e migepe adek, komiyogi duto turumbete kod njagi maonge gimoro e iye e lwetgi, ka nitiere toch ei njagigo.
ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ।
17 Nowachonegi niya, Luwauru ka ungʼiyo kendo ka achopo but hema, to timuru mana kaka atimo.
ଆଉ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।
18 Ka agoyo turumbete kaachiel jogo duto ma an-go, eka un joma uselworo kambi bende ugo turumbete ka ukok niya, “Wakedo ni Jehova Nyasaye kod Gideon.”
ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ‘ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।’”
19 Gideon kod ji mia achiel mane ni kode nochopo e bath kambi chuny otieno, mana bangʼ kane gisewilo jorito. Negigoyo turumbetegi kendo gitoyo agulni mane ni e lwetegi.
ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।
20 Kambi adekgi nogoyo turumbete kendo gitoyo njagi. Ka gimako toje gi lwetgi koracham kendo ka gitingʼo turumbete mane onego gi goo gi lwetgi korachwich, ne gikok niya, “Ligangla en mar Jehova Nyasaye kod Gideon!”
ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, “ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।”
21 E sa ma ngʼato ka ngʼato nokawo kare ka gilworo kambi, jo-Midian duto noringo, kendo negiringo ka giywak.
ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।
22 E sa ma turumbete mia adekgo nogoo, Jehova Nyasaye noketo ji duto mane ni e kambi ochako kedo e kindgi giwegi ka ginegore gi ligangla. Jolweny noringo odhi Beth Shitta kochiko Zerera mochopo nyaka e tongʼ mar Abel Mehola man but Tabath.
ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।
23 Noluong jo-Israel moa Naftali, Asher kod Manase, kendo negilawo jo-Midian.
ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।
24 Gideon nooro joote e piny gode mag Efraim duto, kowacho, “Biuru uked kod jo-Midian kendo udhi nyimgi ma umak pige mag Jordan mochopo nyaka Beth Bara.” Omiyo jo-Efraim duto nowuok oko kendo negikawo pige mag Jordan mochopo Beth Bara.
ପୁଣି ଗିଦିୟୋନ୍‍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, “ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର;” ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ।
25 Negimako bende jotelo ariyo mag jo-Midian, Oreb kod Zeb. Neginego Oreb e lwanda mar Oreb, kod Zeb e kar biyo divai mar Zeb. Negilawo jo-Midian kendo gikelo wiye Oreb kod Zeb ni Gideon, kama ne entie but aora Jordan.
ଏଥିରେ ସେମାନେ ଓରେବ୍‍ ଓ ସେବ୍‍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍‍କୁ ଓରେବ୍‍-ଶୈଳ ନିକଟରେ ବଧ କଲେ, ଆଉ ସେବ୍‍କୁ ସେମାନେ ସେବ୍‍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍‍ ଓ ସେବ୍‍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍‍ଙ୍କ ନିକଟକୁ ଆଣିଲେ।

< Jongʼad Bura 7 >