< 1 Petrus 3 >
1 Eveneens moet gij, vrouwen, onderdanig zijn aan uw mannen; opdat ook zij, die misschien nog onwillig staan tegenover het woord, zonder woord, worden gewonnen door het gedrag hunner vrouwen,
ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,
2 wanneer ze uw reine, ingetogen wandel bespeuren.
ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।
3 Uw tooi moet niet in uiterlijke dingen bestaan: in haarvlechten, gouden smuk en klederdracht,
ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,
4 maar in den verborgen mens van het hart: in de onvergankelijke tooi van een zachtmoedige en ingetogen geest, die kostbaar is in Gods oog.
ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।
5 Zo immers tooiden zich vroeger ook de heilige vrouwen, die haar hoop stelden op God; aan haar mannen waren ze onderdanig,
କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।
6 zoals Sara aan Abraham gehoorzaam was, en hem "heer" heeft genoemd. Haar kinderen zijt gij geworden door het goede te doen, en geen enkel schrikbeeld te vrezen.
ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।
7 Eveneens moet gij, mannen, op redelijke wijze met uw vrouwen verkeren als met het zwakkere vat, en haar in ere houden als medeerfgenamen van de genade des levens, opdat uw gebeden niet worden belemmerd.
ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
8 Ten slotte, weest allen eensgezind, deelnemend voor elkander, vol broederliefde, barmhartig, bescheiden;
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
9 vergeldt geen kwaad met kwaad, of schelden met schelden, maar zegent elkander veeleer; gij zijt toch geroepen, om zegen te erven.
ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
10 Immers: "Wie het leven wil liefhebben, En goede dagen wil zien: Beware zijn tong voor het kwaad, En zijn lippen voor leugen;
ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;
11 Hij vluchte het kwaad, doe enkel wat goed is, Zoeke de vrede en jage hem na.
ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
12 Want de ogen des Heren zijn op de vromen gericht, Zijn oren naar hun smeken gekeerd; Maar ‘s Heren aanschijn blikt grimmig tegen de bozen."
କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”
13 En wie zal u kwaad doen, wanneer gij ijverig zijt in het goede?
ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?
14 Maar al zoudt gij ook lijden om de gerechtigheid, zalig zijt gij! "Vreest niet voor hen, en laat u niet ontrusten."
ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
15 Heiligt Christus, den Heer, in uw harten; weest altijd tot verantwoording bereid aan iedereen, die u rekenschap vraagt van de hoop, die in u leeft.
କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
16 Doet het echter met zachtheid en schroom en met een goed geweten, opdat zij, die op uw goede wandel in Christus smalen, over hun lastertaal beschaamd mogen staan.
ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
17 Want het is beter te lijden, zo God het wil, wanneer men goed doet, dan wanneer men kwaad bedrijft.
କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।
18 Immers ook Christus is éénmaal voor de zonden gestorven, een Rechtvaardige voor ongerechten, —om u te brengen tot God. Maar ter dood gebracht naar het Vlees, is Hij ten leven gewekt naar den Geest.
ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
19 In den Geest is Hij dan ook aan de geesten in de kerker gaat preken:
ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
20 aan hen, die eertijds onwillig waren geweest, toen in de dagen van Noë Gods lankmoedigheid bleef wachten, totdat de ark was gebouwd. Hierin werden enigen—acht personen, —gered door het water heen.
ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
21 Als voorafgebeeld Doopsel redt thans dit water ook u; niet als een afwassing van de onreinheid naar het vlees, maar als een bede tot God om een goed geweten, door de opstanding van Jesus Christus.
ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
22 Hij is opgestegen ten hemel, en is gezeten aan de rechterhand Gods, terwijl engelen en machten en krachten aan Hem zijn onderworpen.
ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।