< Jeremia 46 >
1 Het woord van Jahweh tegen de volken, dat tot den profeet Jeremias werd gericht.
ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2 Over Egypte. Over het leger van den Farao Neko, den koning van Egypte, dat aan de Eufraat bij Karkemisj stond, en dat Nabukodonosor, de koning van Babel, in het vierde jaar van Jojakim, den zoon van Josias en koning van Juda, heeft verslagen.
ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।
3 Klaar met schild en rondas; op, tot de strijd,
“ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।
4 De paarden gespannen, de rossen bestegen; In het gelid, de helmen op, De lansen gewet, de pantsers aan!
ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।
5 Wat: ze beven, ze wijken; Hun helden worden verslagen, Ze vluchten, zonder om te zien? Verschrikking alom, is de godsspraak van Jahweh!
ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।
6 Zelfs de vlugge kan niet ontsnappen, De held zich niet redden; In het noorden, aan de oever van de Eufraat, Wankelen ze, en storten ze neer!
ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।
7 Wie golft daar aan als de Nijl, Als stromen met bruisende wateren?
ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ସେ କିଏ?
8 Egypte golft aan als de Nijl, Als stromen met klotsende golven! Het roept: Omhoog wil ik stijgen, Om de aarde te overstromen; Ik wil steden vernielen, Met de bewoners er in.
ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।
9 Paarden vooruit; wagens raast door, De helden naar voren: Ethiopiërs en Poetiërs, het schild in de hand, Lydiërs, de bogen gespannen en gericht!
ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।
10 Maar dit is de dag van den Heer, Van Jahweh der heirscharen: Een dag van vergelding, Om zich te wreken op zijn bestrijders! Het zwaard verslindt, tot zijn honger gestild is, Het drinkt zich zat aan hun bloed; Want Jahweh richt een offer aan In het land van het noorden, aan de Eufraat.
କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
11 Trek op naar Gilad, om balsem te halen, Jonkvrouw, dochter van Egypte! Vergeefs verspilt gij medicijnen; Geen genezing voor u.
ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।
12 De volken horen uw schande, De aarde is vol van uw klagen; Want de ene held is over den ander gestruikeld, En beiden zijn ze gevallen!
ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।”
13 Het woord, dat Jahweh tot den profeet Jeremias sprak over de veldtocht van Nabukodonosor, den koning van Babel, om het land van Egypte te teisteren!
ବାବିଲର ରାଜା ନବୂଖଦ୍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା,
14 Verkondigt het in Egypte, meldt het in Migdol, Bericht het in Nof en Tachpanches; Roept: Stel u te weer, en houd u gereed, Want het zwaard verslindt om u heen!
“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।
15 Wat: uw sterke gevallen, hij houdt geen stand? Neen, Jahweh heeft hem neergestoten.
ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ।
16 Ook zijn huurtroepen struikelen en vallen, De een op den ander. Ze roepen: Voort, terug naar ons volk, Naar ons geboorteland voor het moordende zwaard!
ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’
17 Noemt Farao, den koning van Egypte: "Lawaai, dat zijn tijd liet voorbijgaan!"
ସେସ୍ଥାନରେ ଲୋକମାନେ ଉଚ୍ଚସ୍ୱରରେ କହିଲେ, ‘ମିସରର ରାଜା ଫାରୋ ଶବ୍ଦ ମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।’
18 Zo waar Ik leef, is de godsspraak des Konings, Jahweh der heirscharen is zijn Naam: Als een Tabor onder de bergen, Als een Karmel aan zee rukt er een aan.
ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
19 Maak uw pak voor de ballingschap klaar, Bevolking, dochter van Egypte; Want Nof zal een wildernis worden, Vernield en ontvolkt.
ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।
20 Egypte is een prachtige koe: Maar een horzel uit het noorden valt op haar aan;
ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।
21 Ook op haar troepen in haar land Als op vetgemeste kalveren. Waarachtig, allen lopen ze weg, Ze vluchten heen, en houden geen stand; Want hun onheilsdag is gekomen, De tijd van hun straf!
ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।
22 Hoort, als een sissende slang Schuiven ze voort langs het strand; Met bijlen gewapend, Trekken ze als houthakkers op haar af.
ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।
23 Ze vellen haar woud, is de godsspraak van Jahweh, Hoe ondoordringbaar het is; Want ze zijn talrijker nog dan een sprinkhanen-zwerm, Ze zijn niet te tellen.
ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।
24 De dochter van Egypte wordt te schande gemaakt, Overgeleverd aan het volk uit het noorden:
ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।”
25 Jahweh der heirscharen, Israëls God heeft het gezegd! Ik ga Mij wreken op Amon in No, Op Farao en op Egypte, Op zijn goden en vorsten, Op allen, die op hem vertrouwen!
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
26 Ik lever ze uit aan wie hun leven belagen, Aan Nabukodonosor, den koning van Babel, en zijn vazallen. Eerst later wordt het weer vredig bewoond Als in vroegere dagen: is de godsspraak van Jahweh!
ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।
27 Jakob, mijn dienaar, wees niet bang, Israël, gij behoeft niet te vrezen; Want Ik ga u verlossen uit verre gewesten, Uw kroost uit het land hunner ballingschap. Jakob keert terug, en vindt weer zijn rust, Onbekommerd, door niemand verschrikt.
ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
28 Jakob, mijn dienaar, wees niet bang; want Ik ben met u, spreekt Jahweh! Ja, Ik ga alle volken vernielen, Waaronder Ik u heb verstrooid. Maar u zal Ik nimmer vernielen; Ik tuchtig u enkel, zoals ge verdient; Neen, Ik laat u niet ongestraft!
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”