< Handelingen 20 >

1 Nadat nu het oproer gestild was, Paulus, de discipelen tot zich geroepen en gegroet hebbende, ging uit om naar Macedonie te reizen.
ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ।
2 En als hij die delen doorgereisd, en hen met vele redenen vermaand had, kwam hij in Griekenland.
ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ।
3 En als hij aldaar drie maanden overgebracht had, en hem van de Joden lagen gelegd werden, als hij naar Syrie zoude varen, zo werd hij van zin weder te keren door Macedonie.
ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୁଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ।
4 En hem vergezelschapte tot in Azie Sopater van Berea; en van de Thessalonicensen Aristarchus en Sekundus; en Gajus van Derbe, en Timotheus en van die van Azie Tychikus en Trofimus.
ଆଉ, ବେରିୟା ନଗରନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀ ସହରରେ ବିଶ୍ୱାସୀମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଏସିଆ ପ୍ରଦେଶର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ।
5 Dezen, vooraf heengegaan zijnde, wachtten ons te Troas.
ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୋୟା ସହରରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ।
6 Wij nu scheepten af van Filippi na de dagen der ongehevelde broden, en kwamen in vijf dagen bij hen te Troas, alwaar wij ons zeven dagen onthielden.
ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
7 En op den eersten dag der week, als de discipelen bijeengekomen waren om brood te breken, handelde Paulus met hen, zullende des anderen daags verreizen; en hij strekte zijne rede uit tot den middernacht.
ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
8 En er waren vele lichten in de opperzaal waar zij vergaderd waren.
ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
9 En een zeker jongeling, met name Eutychus, zat in het venster en met een diepen slaap overvallen zijnde, alzo Paulus lang tot hen sprak, door den slaap nederstortende, viel van de derde zoldering nederwaarts, en werd dood opgenomen.
ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।
10 Doch Paulus, afgekomen zijnde, viel op hem, en hem omvangende, zeide hij: Weest niet beroerd; want zijn ziel is in hem.
ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।
11 En als hij weder boven gegaan was, en brood gebroken en wat gegeten had, en lang, tot den dageraad toe, met hen gesproken had, vertrok hij alzo.
ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।
12 En zij brachten den knecht levende, en waren bovenmate vertroost.
ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସନା ପାଇଲେ।
13 Maar wij, vooruit naar het schip gegaan zijnde, voeren af naar Assus, waar wij Paulus zouden innemen; want hij had het alzo bevolen, en hijzelf zou te voet gaan.
କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌ ସହରକୁ ଯାତ୍ରା କଲୁ, ସେଠାରୁ ପାଉଲଙ୍କୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।
14 En als hij zich te Assus bij ons gevoegd had, namen wij hem in, en kwamen te Mitylene.
ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍‌ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ,
15 En van daar afgescheept zijnde, kwamen wij den volgenden dag tegen Chios over, en des anderen daags legden wij aan te Samos, en bleven te Trogyllion, en den dag daaraan kwamen wij te Milete.
ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।
16 Want Paulus had voorgenomen Efeze voorbij te varen, opdat hij niet den tijd in Azie zou verslijten; want hij spoedde zich, om (zo het hem mogelijk ware) op den pinksterdag te Jeruzalem te zijn.
କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।
17 Maar hij zond van Milete naar Efeze, en hij ontbood de ouderlingen der Gemeente.
ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।
18 En als zij tot hem gekomen waren, zeide hij tot hen: Gijlieden weet, van den eersten dag af, dat ik in Azie ben aangekomen, hoe ik bij u den gansen tijd geweest ben;
ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
19 Dienende den Heere met alle ootmoedigheid, en vele tranen, en verzoekingen, die mij overkomen zijn door de lagen der Joden;
ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
20 Hoe ik niets achtergehouden heb van hetgeen nuttig was, dat ik u niet zou verkondigd en u geleerd hebben, in het openbaar en bij de huizen;
କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,
21 Betuigende, beiden Joden en Grieken, de bekering tot God en het geloof in onzen Heere Jezus Christus.
ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।
22 En nu ziet, ik, gebonden zijnde door den Geest, reis naar Jeruzalem, niet wetende, wat mij daar ontmoeten zal;
ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
23 Dan dat de Heilige Geest van stad tot stad betuigt, zeggende, dat mij banden en verdrukkingen aanstaande zijn.
ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।
24 Maar ik acht op geen ding, noch houde mijn leven dierbaar voor mijzelven, opdat ik mijn loop met blijdschap mag volbrengen, en den dienst, welken ik van den Heere Jezus ontvangen heb, om te betuigen het Evangelie der genade Gods.
କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
25 En nu ziet, ik weet, dat gij allen, waar ik doorgegaan ben, predikende het Koninkrijk Gods, mijn aangezicht niet meer zien zult.
ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
26 Daarom betuig ik ulieden op deze huidigen dag, dat ik rein ben van het bloed van u allen.
ଏହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ନିର୍ଦ୍ଦୋଷ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
27 Want ik heb niet achtergehouden, dat ik u niet zou verkondigd hebben al den raad Gods.
ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।
28 Zo hebt dan acht op uzelven en op de gehele kudde, over dewelke u de Heilige Geest tot opzieners gesteld heeft, om de Gemeente Gods te weiden, welke Hij verkregen heeft door Zijn eigen bloed.
ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
29 Want dit weet ik, dat na mijn vertrek zware wolven tot u inkomen zullen, die de kudde niet sparen.
ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
30 En uit uzelven zullen mannen opstaan, sprekende verkeerde dingen, om de discipelen af te trekken achter zich.
ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
31 Daarom waakt, en gedenkt, dat ik drie jaren lang nacht en dag, niet opgehouden heb een iegelijk met tranen te vermanen.
ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
32 En nu, broeders, ik bevele u Gode, en den woorde Zijner genade, Die machtig is u op te bouwen, en u een erfdeel te geven onder al de geheiligden.
ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
33 Ik heb niemands zilver, of goud, of kleding begeerd.
ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।
34 En gijzelve weet, dat deze handen tot mijn nooddruft, en dergenen, die met mij waren, gediend hebben.
ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।
35 Ik heb u in alles getoond, dat men, alzo arbeidende, de zwakken moet opnemen, en gedenken aan de woorden van den Heere Jezus, dat Hij gezegd heeft: Het is zaliger te geven, dan te ontvangen.
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
36 En als hij dit gezegd had, heeft hij nederknielende met hen allen gebeden.
ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।
37 En er werd een groot geween van hen allen; en zij, vallende om den hals van Paulus, kusten hem;
ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,
38 Zeer bedroefd zijnde, allermeest over het woord, dat hij gezegd had, dat zij zijn aangezicht niet meer zien zouden; en zij geleidden hem naar het schip.
ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।

< Handelingen 20 >