< Nehemiah 2 >
1 And it came to pass in the month Nisan, in the twentieth year of Artaxerxes the king, when wine was before him, that I took up the wine, and gave it to the king. Now I had not formerly been sad in his presence.
ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି।
2 And the king said to me, Why is thy countenance sad, seeing thou are not sick? This is nothing else but sorrow of heart. Then I was very much afraid.
ଏଥିରେ ରାଜା ମୋତେ ପଚାରିଲେ, “ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ।” ତହିଁରେ ମୁଁ ଅତିଶୟ ଭୀତ ହେଲି।
3 And I said to the king, Let the king live forever. Why should not my countenance be sad, when the city, the place of my fathers' sepulchers, lies waste, and the gates of it are consumed with fire?
ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”
4 Then the king said to me, For what do thou make request? So I prayed to the God of heaven.
ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।
5 And I said to the king, If it please the king, and if thy servant has found favor in thy sight, that thou would send me to Judah, to the city of my fathers' sepulchers, that I may build it.
ପୁଣି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି।”
6 And the king said to me (the queen also sitting by him), For how long shall thy journey be? And when will thou return? So it pleased the king to send me, and I set him a time.
ତହୁଁ ରାଜା ମୋତେ ପଚାରିଲେ, “(ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ, ) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ? ଓ ତୁମ୍ଭେ କେବେ ଫେରି ଆସିବ?” ଏହିରୂପେ ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲା ପରେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେଲେ।
7 Moreover I said to the king, If it please the king, let letters be given to me to the governors beyond the River, that they may let me pass through till I come to Judah,
ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;
8 and a letter to Asaph the keeper of the king's forest, that he may give me timber to make beams for the gates of the castle which appertains to the house, and for the wall of the city, and for the house that I shall enter into. And the king granted me, according to the good hand of my God upon me.
ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।
9 Then I came to the governors beyond the River, and gave them the king's letters. Now the king had sent with me captains of the army and horsemen.
ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।
10 And when Sanballat the Horonite, and Tobiah the servant, the Ammonite, heard of it, it grieved them exceedingly that there came a man to seek the welfare of the sons of Israel.
ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।
11 So I came to Jerusalem, and was there three days.
ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି।
12 And I arose in the night, I and some few men with me. I neither told any man what my God put into my heart to do for Jerusalem, nor was there any beast with me except the beast that I rode upon.
ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା।
13 And I went out by night by the valley gate, even toward the jackal's well and to the dung gate, and viewed the walls of Jerusalem, which were broken down, and the gates of it were consumed with fire.
ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି।
14 Then I went on to the fountain gate and to the king's pool, but there was no place for the beast that was under me to pass.
ତହୁଁ ମୁଁ ନିର୍ଝରଦ୍ୱାର ଓ ରାଜାଙ୍କର ପୁଷ୍କରିଣୀ ପର୍ଯ୍ୟନ୍ତ ଗଲି; ମାତ୍ର ସେଠାରେ ମୋର ବାହନ ପଶୁର ଯିବାର ସ୍ଥାନ ନ ଥିଲା।
15 Then I went up in the night by the brook, and viewed the wall. And I turned back, and entered by the valley gate, and so returned.
ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ୱକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ୱାର ଦେଇ ପ୍ରବେଶ କରି ଫେରି ଆସିଲି।
16 And the rulers did not know where I went, or what I did, neither had I as yet told it to the Jews, nor to the priests, nor to the ranking men, nor to the rulers, nor to the rest who did the work.
ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।
17 Then I said to them, Ye see the evil condition that we are in, how Jerusalem lies waste, and the gates of it are burned with fire. Come, and let us build up the wall of Jerusalem that we be no more a reproach.
ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କି ପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।”
18 And I told them of the hand of my God which was good upon me, as also of the king's words that he had spoken to me. And they said, Let us rise up and build. So they strengthened their hands for the good work.
ତହୁଁ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।
19 But when Sanballat the Horonite, and Tobiah the servant, the Ammonite, and Geshem the Arabian, heard it, they laughed us to scorn, and despised us, and said, What is this thing that ye do? Will ye rebel against the king?
ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”
20 Then I answered them, and said to them, The God of heaven, he will prosper us. Therefore we his servants will arise and build, but ye have no portion, nor right, nor memorial, in Jerusalem.
ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।”