< 2 Samuel 10 >

1 After this, the king of the children of Ammon died, and Hanun his son reigned in his place.
ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍‍ ତାହାର ବଦଳରେ ରାଜା ହେଲା।
2 David said, “I will show kindness to Hanun the son of Nahash, as his father showed kindness to me.” So David sent by his servants to comfort him concerning his father. David’s servants came into the land of the children of Ammon.
ତହିଁରେ ଦାଉଦ କହିଲେ, “ହାନୂନ୍‍ର ପିତା ନାହଶ୍‍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।
3 But the princes of the children of Ammon said to Hanun their lord, “Do you think that David honors your father, in that he has sent comforters to you? Has not David sent his servants to you to search the city, to spy it out, and to overthrow it?”
ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”
4 So Hanun took David’s servants, shaved off one half of their beards, and cut off their garments in the middle, even to their buttocks, and sent them away.
ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
5 When they told David this, he sent to meet them, for the men were greatly ashamed. The king said, “Wait at Jericho until your beards have grown, and then return.”
ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”
6 When the children of Ammon saw that they had become odious to David, the children of Ammon sent and hired the Syrians of Beth Rehob and the Syrians of Zobah, twenty thousand footmen, and the king of Maacah with one thousand men, and the men of Tob twelve thousand men.
ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।
7 When David heard of it, he sent Joab and all the army of the mighty men.
ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
8 The children of Ammon came out, and put the battle in array at the entrance of the gate. The Syrians of Zobah and of Rehob and the men of Tob and Maacah were by themselves in the field.
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।
9 Now when Joab saw that the battle was set against him before and behind, he chose of all the choice men of Israel and put them in array against the Syrians.
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
10 The rest of the people he committed into the hand of Abishai his brother; and he put them in array against the children of Ammon.
ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।
11 He said, “If the Syrians are too strong for me, then you shall help me; but if the children of Ammon are too strong for you, then I will come and help you.
ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।
12 Be courageous, and let’s be strong for our people and for the cities of our God; and may the LORD do what seems good to him.”
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
13 So Joab and the people who were with him came near to the battle against the Syrians, and they fled before him.
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।
14 When the children of Ammon saw that the Syrians had fled, they likewise fled before Abishai, and entered into the city. Then Joab returned from the children of Ammon and came to Jerusalem.
ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।
15 When the Syrians saw that they were defeated by Israel, they gathered themselves together.
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।
16 Hadadezer sent and brought out the Syrians who were beyond the River; and they came to Helam, with Shobach the captain of the army of Hadadezer at their head.
ପୁଣି ହଦଦେଷର ଲୋକ ପଠାଇ ଫରାତ୍‍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।
17 David was told that; and he gathered all Israel together, passed over the Jordan, and came to Helam. The Syrians set themselves in array against David and fought with him.
ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
18 The Syrians fled before Israel; and David killed seven hundred charioteers of the Syrians and forty thousand horsemen, and struck Shobach the captain of their army, so that he died there.
ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।
19 When all the kings who were servants to Hadadezer saw that they were defeated before Israel, they made peace with Israel and served them. So the Syrians were afraid to help the children of Ammon any more.
ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।

< 2 Samuel 10 >