< Psalms 100 >

1 A Psalm of thanksgiving. Make a joyful noise unto Jehovah, all ye lands.
ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
2 Serve Jehovah with gladness: Come before his presence with singing.
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ।
3 Know ye that Jehovah, he is God: It is he that hath made us, and we are his; We are his people, and the sheep of his pasture.
ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
4 Enter into his gates with thanksgiving, And into his courts with praise: Give thanks unto him, and bless his name.
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
5 For Jehovah is good; his lovingkindness [endureth] for ever, And his faithfulness unto all generations.
କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।

< Psalms 100 >