< Psalms 60 >
1 For the Chief Musician; set to Shushan Eduth. Michtam of David, to teach; when he strove with Aram-naharaim and with Aram-zobah, and Joab returned, and smote of Edom in the Valley of Salt twelve thousand. O God thou hast cast us off, thou hast broken us down; Thou hast been angry; oh restore us again.
ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ୍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
2 Thou hast made the land to tremble; thou hast rent it: Heal the breaches thereof; for it shaketh.
ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳଟଳ ହେଉଅଛି।
3 Thou hast showed thy people hard things: Thou hast made us to drink the wine of staggering.
ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
4 Thou hast given a banner to them that fear thee, That it may be displayed because of the truth. (Selah)
ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। (ସେଲା)
5 That thy beloved may be delivered, Save with thy right hand, and answer us.
ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
6 God hath spoken in his holiness: I will exult; I will divide Shechem, and mete out the valley of Succoth.
ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।
7 Gilead is mine, and Manasseh is mine; Ephraim also is the defence of my head; Judah is my sceptre.
ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
8 Moab is my washpot; Upon Edom will I cast my shoe: Philistia, shout thou because of me.
ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”
9 Who will bring me into the strong city? Who hath led me unto Edom?
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?
10 Hast not thou, O God, cast us off? And thou goest not forth, O God, with our hosts.
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
11 Give us help against the adversary; For vain is the help of man.
ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
12 Through God we shall do valiantly; For he it is that will tread down our adversaries.
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।