< 2 Chronicles 24 >
1 Joash was seven years old when he became king, and he reigned in Jerusalem forty years. His mother’s name was Zibiah; she was from Beersheba.
ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍ଶେବା ନିବାସିନୀ ଥିଲେ।
2 And Joash did what was right in the eyes of the LORD all the days of Jehoiada the priest.
ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3 Jehoiada took for himself two wives, and he had sons and daughters.
ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।
4 Some time later, Joash set his heart on repairing the house of the LORD.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଗୃହର ମରାମତି କରିବାକୁ ଯୋୟାଶ୍ଙ୍କର ମନ ହେଲା।
5 So he gathered the priests and Levites and said, “Go out to the cities of Judah and collect the money due annually from all Israel, to repair the house of your God. Do it quickly.” The Levites, however, did not make haste.
ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।
6 So the king called Jehoiada the high priest and said, “Why have you not required the Levites to bring from Judah and Jerusalem the tax imposed by Moses the servant of the LORD and by the assembly of Israel for the Tent of the Testimony?”
ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
7 For the sons of that wicked woman Athaliah had broken into the house of God and had even used the sacred objects of the house of the LORD for the Baals.
କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍ ଦେବଗଣକୁ ଦେଲେ।
8 At the king’s command a chest was made and placed outside, at the gate of the house of the LORD.
ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।
9 And a proclamation was issued in Judah and Jerusalem that they were to bring to the LORD the tax imposed by Moses the servant of God on Israel in the wilderness.
ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।
10 All the officers and all the people rejoiced and brought their contributions, and they dropped them in the chest until it was full.
ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।
11 Whenever the chest was brought by the Levites to the king’s overseers and they saw that there was a large amount of money, the royal scribe and the officer of the high priest would come and empty the chest and carry it back to its place. They did this daily and gathered the money in abundance.
ତହୁଁ ଏପରି ହେଲା ଯେ, ଯେଉଁ ସମୟରେ ସିନ୍ଦୁକ ଲେବୀୟମାନଙ୍କ ହସ୍ତ ଦ୍ୱାରା ରାଜାଙ୍କ ନିରୂପିତ ସ୍ଥାନକୁ ଅଣାଗଲା ଓ ତହିଁରେ ବହୁତ ମୁଦ୍ରା ଅଛି ବୋଲି ସେମାନେ ଦେଖିଲେ, ସେତେବେଳେ ରାଜାଙ୍କର ଲେଖକ ଓ ପ୍ରଧାନ ଯାଜକର କର୍ମଚାରୀ ଆସି ସିନ୍ଦୁକ ଖାଲି କଲେ, ଆଉ ତାହା ନେଇ ପୁନର୍ବାର ସ୍ୱ ସ୍ଥାନରେ ରଖିଲେ। ଏହିରୂପେ ସେମାନେ ପ୍ରତିଦିନ କଲେ ଓ ପ୍ରଚୁର ମୁଦ୍ରା ସଂଗ୍ରହ କଲେ।
12 Then the king and Jehoiada would give the money to those who supervised the labor on the house of the LORD to hire stonecutters and carpenters to restore the house of the LORD, as well as workers in iron and bronze to repair the house of the LORD.
ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।
13 So the workmen labored, and in their hands the repair work progressed. They restored the house of God according to its specifications, and they reinforced it.
ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।
14 When they were finished, they brought the rest of the money to the king and Jehoiada to make with it the articles for the house of the LORD—utensils for the service and for the burnt offerings, dishes, and other objects of gold and silver. Throughout the days of Jehoiada, burnt offerings were presented regularly in the house of the LORD.
ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।
15 When Jehoiada was old and full of years, he died at the age of 130.
ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
16 And Jehoiada was buried with the kings in the City of David, because he had done what was good in Israel for God and His temple.
ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।
17 After the death of Jehoiada, however, the officials of Judah came and paid homage to the king, and he listened to them.
ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।
18 They abandoned the house of the LORD, the God of their fathers, and served the Asherah poles and idols. So wrath came upon Judah and Jerusalem for this guilt of theirs.
ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
19 Nevertheless, the LORD sent prophets to bring the people back to Him and to testify against them; but they would not listen.
ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
20 Then the Spirit of God came upon Zechariah son of Jehoiada the priest, who stood up before the people and said to them, “This is what God says: ‘Why do you transgress the commandments of the LORD so that you cannot prosper? Because you have forsaken the LORD, He has forsaken you.’”
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
21 But they conspired against Zechariah, and by order of the king, they stoned him in the courtyard of the house of the LORD.
ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
22 Thus King Joash failed to remember the kindness that Zechariah’s father Jehoiada had extended to him. Instead, Joash killed Jehoiada’s son. As he lay dying, Zechariah said, “May the LORD see this and call you to account.”
ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”
23 In the spring, the army of Aram went to war against Joash. They entered Judah and Jerusalem and destroyed all the leaders of the people, and they sent all the plunder to their king in Damascus.
ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।
24 Although the Aramean army had come with only a few men, the LORD delivered into their hand a very great army. Because Judah had forsaken the LORD, the God of their fathers, judgment was executed on Joash.
ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ।
25 And when the Arameans had withdrawn, they left Joash severely wounded. His own servants conspired against him for shedding the blood of the son of Jehoiada the priest, and they killed him on his bed. So he died and was buried in the City of David, but not in the tombs of the kings.
ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
26 Those who conspired against Joash were Zabad son of Shimeath the Ammonitess and Jehozabad son of Shimrith the Moabitess.
ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।
27 The accounts of the sons of Joash, as well as the many pronouncements about him and about the restoration of the house of God, are indeed written in the Treatise of the Book of the Kings. And his son Amaziah reigned in his place.
ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।