< 2 Kings 18 >

1 In the third year of the reign of Hoshea son of Elah over Israel, Hezekiah son of Ahaz became king of Judah.
ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍‌ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 He was twenty-five years old when he became king, and he reigned in Jerusalem twenty-nine years. His mother’s name was Abi, the daughter of Zechariah.
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।
3 And he did what was right in the eyes of the LORD, just as his father David had done.
ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
4 He removed the high places, shattered the sacred pillars, and cut down the Asherah poles. He also demolished the bronze snake called Nehushtan that Moses had made, for up to that time the Israelites had burned incense to it.
ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।
5 Hezekiah trusted in the LORD, the God of Israel. No king of Judah was like him, either before him or after him.
ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।
6 He remained faithful to the LORD and did not turn from following Him; he kept the commandments that the LORD had given Moses.
କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।
7 And the LORD was with Hezekiah, and he prospered wherever he went. He rebelled against the king of Assyria and refused to serve him.
ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।
8 He defeated the Philistines as far as Gaza and its borders, from watchtower to fortified city.
ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।
9 In the fourth year of Hezekiah’s reign, which was the seventh year of the reign of Hoshea son of Elah over Israel, Shalmaneser king of Assyria marched against Samaria and besieged it.
ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍‍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
10 And at the end of three years, the Assyrians captured it. So Samaria was captured in the sixth year of Hezekiah, which was the ninth year of Hoshea king of Israel.
ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।
11 The king of Assyria exiled the Israelites to Assyria and settled them in Halah, in Gozan by the Habor River, and in the cities of the Medes.
ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।
12 This happened because they did not listen to the voice of the LORD their God, but violated His covenant—all that Moses the servant of the LORD had commanded—and would neither listen nor obey.
କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
13 In the fourteenth year of Hezekiah’s reign, Sennacherib king of Assyria attacked and captured all the fortified cities of Judah.
ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
14 So Hezekiah king of Judah sent word to the king of Assyria at Lachish, saying, “I have done wrong; withdraw from me, and I will pay whatever you demand from me.” And the king of Assyria exacted from Hezekiah king of Judah three hundred talents of silver and thirty talents of gold.
ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍‍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନି ଶହ ତାଳନ୍ତ ରୂପା ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା।
15 Hezekiah gave him all the silver that was found in the house of the LORD and in the treasuries of the royal palace.
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।
16 At that time Hezekiah stripped the gold with which he had plated the doors and doorposts of the temple of the LORD, and he gave it to the king of Assyria.
ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।
17 Nevertheless, the king of Assyria sent the Tartan, the Rabsaris, and the Rabshakeh, along with a great army, from Lachish to King Hezekiah at Jerusalem. They advanced up to Jerusalem and stationed themselves by the aqueduct of the upper pool, on the road to the Launderer’s Field.
ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
18 Then they called for the king; and Eliakim son of Hilkiah the palace administrator, Shebnah the scribe, and Joah son of Asaph the recorder, went out to them.
ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।
19 The Rabshakeh said to them, “Tell Hezekiah that this is what the great king, the king of Assyria, says: What is the basis of this confidence of yours?
ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ “ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ‘ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
20 You claim to have a strategy and strength for war, but these are empty words. In whom are you now trusting, that you have rebelled against me?
ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
21 Look now, you are trusting in Egypt, that splintered reed of a staff that will pierce the hand of anyone who leans on it. Such is Pharaoh king of Egypt to all who trust in him.
ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
22 But if you say to me, ‘We trust in the LORD our God,’ is He not the One whose high places and altars Hezekiah has removed, saying to Judah and Jerusalem: ‘You must worship before this altar in Jerusalem’?
ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’
23 Now, therefore, make a bargain with my master, the king of Assyria. I will give you two thousand horses—if you can put riders on them!
ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
24 For how can you repel a single officer among the least of my master’s servants when you depend on Egypt for chariots and horsemen?
ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?
25 So now, was it apart from the LORD that I have come up against this place to destroy it? The LORD Himself said to me, ‘Go up against this land and destroy it.’”
ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”
26 Then Eliakim son of Hilkiah, along with Shebnah and Joah, said to the Rabshakeh, “Please speak to your servants in Aramaic, since we understand it. Do not speak with us in Hebrew in the hearing of the people on the wall.”
ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”
27 But the Rabshakeh replied, “Has my master sent me to speak these words only to you and your master, and not to the men sitting on the wall, who are destined with you to eat their own dung and drink their own urine?”
ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
28 Then the Rabshakeh stood and called out loudly in Hebrew: “Hear the word of the great king, the king of Assyria!
ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
29 This is what the king says: Do not let Hezekiah deceive you; he cannot deliver you from my hand.
ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।
30 Do not let Hezekiah persuade you to trust in the LORD when he says, ‘The LORD will surely deliver us; this city will not be given into the hand of the king of Assyria.’
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।
31 Do not listen to Hezekiah, for this is what the king of Assyria says: Make peace with me and come out to me. Then every one of you will eat from his own vine and his own fig tree, and drink water from his own cistern,
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।
32 until I come and take you away to a land like your own—a land of grain and new wine, a land of bread and vineyards, a land of olive trees and honey—so that you may live and not die. But do not listen to Hezekiah, for he misleads you when he says, ‘The LORD will deliver us.’
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।
33 Has the god of any nation ever delivered his land from the hand of the king of Assyria?
ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
34 Where are the gods of Hamath and Arpad? Where are the gods of Sepharvaim, Hena, and Ivvah? Have they delivered Samaria from my hand?
ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
35 Who among all the gods of these lands has delivered his land from my hand? How then can the LORD deliver Jerusalem from my hand?”
ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
36 But the people remained silent and did not answer a word, for Hezekiah had commanded, “Do not answer him.”
ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା।
37 Then Hilkiah’s son Eliakim the palace administrator, Shebna the scribe, and Asaph’s son Joah the recorder came to Hezekiah with their clothes torn, and they relayed to him the words of the Rabshakeh.
ଏଥିଉତ୍ତାରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।

< 2 Kings 18 >