< 2 Kings 19 >
1 On hearing this report, King Hezekiah tore his clothes, put on sackcloth, and entered the house of the LORD.
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।
2 And he sent Eliakim the palace administrator, Shebna the scribe, and the leading priests, all wearing sackcloth, to the prophet Isaiah son of Amoz
ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ ଓ ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ।
3 to tell him, “This is what Hezekiah says: Today is a day of distress, rebuke, and disgrace; for children have come to the point of birth, but there is no strength to deliver them.
ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
4 Perhaps the LORD your God will hear all the words of the Rabshakeh, whom his master the king of Assyria has sent to defy the living God, and He will rebuke him for the words that the LORD your God has heard. Therefore lift up a prayer for the remnant that still survives.”
ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
5 So the servants of King Hezekiah went to Isaiah,
ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
6 who replied, “Tell your master that this is what the LORD says: ‘Do not be afraid of the words you have heard, with which the servants of the king of Assyria have blasphemed Me.
ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
7 Behold, I will put a spirit in him so that he will hear a rumor and return to his own land, where I will cause him to fall by the sword.’”
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
8 When the Rabshakeh heard that the king of Assyria had left Lachish, he withdrew and found the king fighting against Libnah.
ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
9 Now Sennacherib had been warned about Tirhakah king of Cush: “Look, he has set out to fight against you.” So Sennacherib again sent messengers to Hezekiah, saying,
ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
10 “Give this message to Hezekiah king of Judah: ‘Do not let your God, in whom you trust, deceive you by saying that Jerusalem will not be delivered into the hand of the king of Assyria.
“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
11 Surely you have heard what the kings of Assyria have done to all the other countries, devoting them to destruction. Will you then be spared?
ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
12 Did the gods of the nations destroyed by my fathers rescue those nations—the gods of Gozan, Haran, and Rezeph, and of the people of Eden in Telassar?
ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
13 Where are the kings of Hamath, Arpad, Sepharvaim, Hena, and Ivvah?’”
ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
14 So Hezekiah received the letter from the messengers, read it, and went up to the house of the LORD and spread it out before the LORD.
ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।
15 And Hezekiah prayed before the LORD: “O LORD, God of Israel, enthroned between the cherubim, You alone are God over all the kingdoms of the earth. You made the heavens and the earth.
ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
16 Incline Your ear, O LORD, and hear; open Your eyes, O LORD, and see. Listen to the words that Sennacherib has sent to defy the living God.
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
17 Truly, O LORD, the kings of Assyria have laid waste these nations and their lands.
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
18 They have cast their gods into the fire and destroyed them, for they were not gods, but only wood and stone—the work of human hands.
ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
19 And now, O LORD our God, please save us from his hand, so that all the kingdoms of the earth may know that You alone, O LORD, are God.”
ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
20 Then Isaiah son of Amoz sent a message to Hezekiah: “This is what the LORD, the God of Israel, says: I have heard your prayer concerning Sennacherib king of Assyria.
ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।
21 This is the word that the LORD has spoken against him: ‘The Virgin Daughter of Zion despises you and mocks you; the Daughter of Jerusalem shakes her head behind you.
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
22 Whom have you taunted and blasphemed? Against whom have you raised your voice and lifted your eyes in pride? Against the Holy One of Israel!
ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!
23 Through your servants you have taunted the Lord, and you have said: “With my many chariots I have ascended to the heights of the mountains, to the remote peaks of Lebanon. I have cut down its tallest cedars, the finest of its cypresses. I have reached its farthest outposts, the densest of its forests.
ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
24 I have dug wells and drunk foreign waters. With the soles of my feet I have dried up all the streams of Egypt.”
ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।
25 Have you not heard? Long ago I ordained it; in days of old I planned it. Now I have brought it to pass, that you should crush fortified cities into piles of rubble.
ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।
26 Therefore their inhabitants, devoid of power, are dismayed and ashamed. They are like plants in the field, tender green shoots, grass on the rooftops, scorched before it is grown.
ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।
27 But I know your sitting down, your going out and coming in, and your raging against Me.
ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।
28 Because your rage and arrogance against Me have reached My ears, I will put My hook in your nose and My bit in your mouth; I will send you back the way you came.’
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
29 And this will be a sign to you, O Hezekiah: This year you will eat what grows on its own, and in the second year what springs from the same. But in the third year you will sow and reap; you will plant vineyards and eat their fruit.
ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
30 And the surviving remnant of the house of Judah will again take root below and bear fruit above.
ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
31 For a remnant will go forth from Jerusalem, and survivors from Mount Zion. The zeal of the LORD of Hosts will accomplish this.
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ।
32 So this is what the LORD says about the king of Assyria: ‘He will not enter this city or shoot an arrow into it. He will not come before it with a shield or build up a siege ramp against it.
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
33 He will go back the way he came, and he will not enter this city,’
ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।
34 ‘I will defend this city and save it for My own sake and for the sake of My servant David.’”
କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”
35 And that very night the angel of the LORD went out and struck down 185,000 men in the camp of the Assyrians. When the people got up the next morning, there were all the dead bodies!
ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
36 So Sennacherib king of Assyria broke camp and withdrew. He returned to Nineveh and stayed there.
ତହିଁରେ ଅଶୂରର ରାଜା ସନ୍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
37 One day, while he was worshiping in the temple of his god Nisroch, his sons Adrammelech and Sharezer put him to the sword and escaped to the land of Ararat. And his son Esar-haddon reigned in his place.
ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।