< 2 Kings 3 >
1 In the eighteenth year of Jehoshaphat’s reign over Judah, Jehoram son of Ahab became king of Israel, and he reigned in Samaria twelve years.
ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ।
2 And he did evil in the sight of the LORD, but not as his father and mother had done. He removed the sacred pillar of Baal that his father had made.
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍ର ସ୍ତମ୍ଭ ଦୂର କରିଦେଲେ।
3 Nevertheless, he clung to the sins that Jeroboam son of Nebat had caused Israel to commit; he did not turn away from them.
ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ।
4 Now Mesha king of Moab was a sheep breeder, and he would render to the king of Israel a hundred thousand lambs and the wool of a hundred thousand rams.
ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।
5 But after the death of Ahab, the king of Moab rebelled against the king of Israel.
ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।
6 So at that time King Jehoram set out from Samaria and mobilized all Israel.
ସେହି ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।
7 And he sent a message to Jehoshaphat king of Judah: “The king of Moab has rebelled against me. Will you go with me to fight against Moab?” “I will go,” replied Jehoshaphat. “I am like you, my people are your people, and my horses are your horses.”
ତହୁଁ ଯିହୋରାମ୍ ଯାଇ ଯିହୁଦାର ରାଜା ଯିହୋଶାଫଟ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ମୋୟାବର ରାଜା ମୋʼ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କʼଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ଯିବ?” ତହୁଁ ସେ କହିଲେ, “ମୁଁ ଯିବି; ମୁଁ ତୁମ୍ଭ ପରି, ମୋʼ ଲୋକ ତୁମ୍ଭ ଲୋକ ପରି, ମୋʼ ଅଶ୍ୱ ତୁମ୍ଭ ଅଶ୍ୱ ପରି।”
8 Then he asked, “Which way shall we go up?” “By way of the Desert of Edom,” replied Joram.
ଆଉ ଯିହୋରାମ୍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”
9 So the king of Israel, the king of Judah, and the king of Edom set out, and after they had traveled a roundabout route for seven days, they had no water for their army or for their animals.
ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।
10 “Alas,” said the king of Israel, “for the LORD has summoned these three kings to deliver them into the hand of Moab!”
ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
11 But Jehoshaphat asked, “Is there no prophet of the LORD here? Let us inquire of the LORD through him.” And one of the servants of the king of Israel answered, “Elisha son of Shaphat is here. He used to pour water on the hands of Elijah.”
ମାତ୍ର ଯିହୋଶାଫଟ୍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”
12 Jehoshaphat affirmed, “The word of the LORD is with him.” So the king of Israel and Jehoshaphat and the king of Edom went down to him.
ତେବେ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।
13 Elisha, however, said to the king of Israel, “What have we to do with each other? Go to the prophets of your father and of your mother!” “No,” replied the king of Israel, “for it is the LORD who has summoned these three kings to deliver them into the hand of Moab.”
ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
14 Then Elisha said, “As surely as the LORD of Hosts lives, before whom I stand, were it not for my regard for the presence of Jehoshaphat king of Judah, I would not look at you or acknowledge you.
ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।
15 But now, bring me a harpist.” And while the harpist played, the hand of the LORD came upon Elisha
ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।
16 and he said, “This is what the LORD says: ‘Dig this valley full of ditches.’
ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’
17 For the LORD says, ‘You will not see wind or rain, but the valley will be filled with water, and you will drink—you and your cattle and your animals.’
କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’
18 This is a simple matter in the sight of the LORD, and He will also deliver the Moabites into your hand.
ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।
19 And you shall attack every fortified city and every city of importance. You shall cut down every good tree, stop up every spring, and ruin every good field with stones.”
ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”
20 The next morning, at the time of the morning sacrifice, water suddenly flowed from the direction of Edom and filled the land.
ଏଥିଉତ୍ତାରେ ପ୍ରାତଃକାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।
21 Now all the Moabites had heard that the kings had come up to fight against them. So all who could bear arms, young and old, were summoned and stationed at the border.
ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।
22 When they got up early in the morning, the sun was shining on the water, and it looked as red as blood to the Moabites across the way.
ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।
23 “This is blood!” they exclaimed. “The kings have clashed swords and slaughtered one another. Now to the plunder, Moab!”
ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”
24 But when the Moabites came to the camp of Israel, the Israelites rose up and attacked them, and they fled before them. So the Israelites invaded their land and struck down the Moabites.
ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ।
25 They destroyed the cities, and each man threw stones on every good field until it was covered. They stopped up every spring and cut down every good tree. Only Kir-haraseth was left with stones in place, but men with slings surrounded it and attacked it as well.
ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍-ହେର୍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣୀଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ।
26 When the king of Moab saw that the battle was too fierce for him, he took with him seven hundred swordsmen to break through to the king of Edom, but they could not prevail.
ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।
27 So he took his firstborn son, who was to succeed him, and offered him as a burnt offering on the city wall. And there was great fury against the Israelites, so they withdrew and returned to their own land.
ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ।