< Deuteronomy 30 >

1 “When all these things come upon you—the blessings and curses I have set before you—and you call them to mind in all the nations to which the LORD your God has banished you,
ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ;
2 and when you and your children return to the LORD your God and obey His voice with all your heart and all your soul according to everything I am giving you today,
ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
3 then He will restore you from captivity and have compassion on you and gather you from all the nations to which the LORD your God has scattered you.
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
4 Even if you have been banished to the farthest horizon, He will gather you and return you from there.
ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।
5 And the LORD your God will bring you into the land your fathers possessed, and you will take possession of it. He will cause you to prosper and multiply more than your fathers.
ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।
6 The LORD your God will circumcise your hearts and the hearts of your descendants, and you will love Him with all your heart and with all your soul, so that you may live.
ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
7 Then the LORD your God will put all these curses upon your enemies who hate you and persecute you.
ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।
8 And you will again obey the voice of the LORD and follow all His commandments I am giving you today.
ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।
9 So the LORD your God will make you abound in all the work of your hands and in the fruit of your womb, the offspring of your livestock, and the produce of your land. Indeed, the LORD will again delight in your goodness, as He delighted in that of your fathers,
ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;
10 if you obey the LORD your God by keeping His commandments and statutes that are written in this Book of the Law, and if you turn to Him with all your heart and with all your soul.
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।
11 For this commandment I give you today is not too difficult for you or beyond your reach.
ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।
12 It is not in heaven, that you should need to ask, ‘Who will ascend into heaven to get it for us and proclaim it, that we may obey it?’
ତାହା ସ୍ୱର୍ଗରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସ୍ୱର୍ଗକୁ ଯାଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
13 And it is not beyond the sea, that you should need to ask, ‘Who will cross the sea to get it for us and proclaim it, that we may obey it?’
କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
14 But the word is very near you; it is in your mouth and in your heart, so that you may obey it.
ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।
15 See, I have set before you today life and goodness, as well as death and disaster.
ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।
16 For I am commanding you today to love the LORD your God, to walk in His ways, and to keep His commandments, statutes, and ordinances, so that you may live and increase, and the LORD your God may bless you in the land that you are entering to possess.
ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
17 But if your heart turns away and you do not listen, but are drawn away to bow down to other gods and worship them,
ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
18 I declare to you today that you will surely perish; you shall not prolong your days in the land that you are crossing the Jordan to possess.
ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।
19 I call heaven and earth as witnesses against you today that I have set before you life and death, blessing and cursing. Therefore choose life, so that you and your descendants may live,
ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
20 and that you may love the LORD your God, obey Him, and hold fast to Him. For He is your life, and He will prolong your life in the land that the LORD swore to give to your fathers, to Abraham, Isaac, and Jacob.”
ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।

< Deuteronomy 30 >