< Ecclesiastes 8 >

1 Who is like the wise man? Who knows the interpretation of a matter? A man’s wisdom brightens his face, and the sternness of his face is changed.
ଜ୍ଞାନବାନ‍ର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।
2 Keep the king’s command, I say, because of your oath before God.
ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।
3 Do not hasten to leave his presence, and do not persist in a bad cause, for he will do whatever he pleases.
ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।
4 For the king’s word is supreme, and who can say to him, “What are you doing?”
ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?
5 Whoever keeps his command will come to no harm, and a wise heart knows the right time and procedure.
ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;
6 For there is a right time and procedure to every purpose, though a man’s misery weighs heavily upon him.
କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
7 Since no one knows what will happen, who can tell him what is to come?
କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
8 As no man has power over the wind to contain it, so no one has authority over his day of death. As no one can be discharged in wartime, so wickedness will not release those who practice it.
ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ।
9 All this I have seen, applying my mind to every deed that is done under the sun; there is a time when one man lords it over another to his own detriment.
ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।
10 Then too, I saw the burial of the wicked who used to go in and out of the holy place, and they were praised in the city where they had done so. This too is futile.
ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।
11 When the sentence for a crime is not speedily executed, the hearts of men become fully set on doing evil.
କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।
12 Although a sinner does evil a hundred times and still lives long, yet I also know that it will go well with those who fear God, who are reverent in His presence.
ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
13 Yet because the wicked do not fear God, it will not go well with them, and their days will not lengthen like a shadow.
ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।
14 There is a futility that is done on the earth: There are righteous men who get what the actions of the wicked deserve, and there are wicked men who get what the actions of the righteous deserve. I say that this too is futile.
ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।
15 So I commended the enjoyment of life, because there is nothing better for a man under the sun than to eat and drink and be merry. For this joy will accompany him in his labor during the days of his life that God gives him under the sun.
ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।
16 When I applied my mind to know wisdom and to observe the task that one performs on the earth—though his eyes do not see sleep in the day or even in the night—
ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);
17 I saw every work of God, and that a man is unable to comprehend the work that is done under the sun. Despite his efforts to search it out, he cannot find its meaning; even if the wise man claims to know, he is unable to comprehend.
ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ।

< Ecclesiastes 8 >