< Ezekiel 2 >
1 “Son of man,” He said to me, “stand up on your feet and I will speak to you.”
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
2 And as He spoke to me, the Spirit entered me and set me on my feet, and I heard Him speaking to me.
ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
3 “Son of man,” He said to me, “I am sending you to the Israelites, to a rebellious nation that has rebelled against Me. To this very day they and their fathers have rebelled against Me.
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
4 They are obstinate and stubborn children. I am sending you to them, and you are to say to them, ‘This is what the Lord GOD says.’
ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’
5 And whether they listen or refuse to listen—for they are a rebellious house—they will know that a prophet has been among them.
ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
6 But you, son of man, do not be afraid of them or their words. Do not be afraid, though briers and thorns surround you, and you dwell among scorpions. Do not be afraid of their words or dismayed by their presence, though they are a rebellious house.
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
7 But speak My words to them, whether they listen or refuse to listen, for they are rebellious.
ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
8 And you, son of man, listen to what I tell you. Do not be rebellious like that rebellious house. Open your mouth and eat what I give you.”
ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
9 Then I looked and saw a hand reaching out to me, and in it was a scroll,
ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
10 which He unrolled before me. And written on the front and back of it were words of lamentation, mourning, and woe.
ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।