< Jeremiah 14 >
1 This is the word of the LORD that came to Jeremiah concerning the drought:
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
2 “Judah mourns and her gates languish. Her people wail for the land, and a cry goes up from Jerusalem.
“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
3 The nobles send their servants for water; they go to the cisterns, but find no water; their jars return empty. They are ashamed and humiliated; they cover their heads.
ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
4 The ground is cracked because no rain has fallen on the land. The farmers are ashamed; they cover their heads.
ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
5 Even the doe in the field deserts her newborn fawn because there is no grass.
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
6 Wild donkeys stand on barren heights; they pant for air like jackals; their eyes fail for lack of pasture.”
ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”
7 Although our iniquities testify against us, O LORD, act for the sake of Your name. Indeed, our rebellions are many; we have sinned against You.
“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
8 O Hope of Israel, its Savior in times of distress, why are You like a stranger in the land, like a traveler who stays but a night?
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
9 Why are You like a man taken by surprise, like a warrior powerless to save? Yet You are among us, O LORD, and we are called by Your name. Do not forsake us!
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
10 This is what the LORD says about this people: “Truly they love to wander; they have not restrained their feet. So the LORD does not accept them; He will now remember their guilt and call their sins to account.”
ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
11 Then the LORD said to me, “Do not pray for the well-being of this people.
ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
12 Although they may fast, I will not listen to their cry; although they may offer burnt offerings and grain offerings, I will not accept them. Instead, I will finish them off by sword and famine and plague.”
ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
13 “Ah, Lord GOD!” I replied, “Look, the prophets are telling them, ‘You will not see the sword or suffer famine, but I will give you lasting peace in this place.’”
ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”
14 “The prophets are prophesying lies in My name,” replied the LORD. “I did not send them or appoint them or speak to them. They are prophesying to you a false vision, a worthless divination, the futility and delusion of their own minds.
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
15 Therefore this is what the LORD says about the prophets who prophesy in My name: I did not send them, yet they say, ‘No sword or famine will touch this land.’ By sword and famine these very prophets will meet their end!
ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
16 And the people to whom they prophesy will be thrown into the streets of Jerusalem because of famine and sword. There will be no one to bury them or their wives, their sons or their daughters. I will pour out their own evil upon them.
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।
17 You are to speak this word to them: ‘My eyes overflow with tears; day and night they do not cease, for the virgin daughter of my people has been shattered by a crushing blow, a severely grievous wound.
ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
18 If I go out to the country, I see those slain by the sword; if I enter the city, I see those ravaged by famine! For both prophet and priest travel to a land they do not know.’”
ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”
19 Have You rejected Judah completely? Do You despise Zion? Why have You stricken us so that we are beyond healing? We hoped for peace, but no good has come, and for the time of healing, but there was only terror.
ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
20 We acknowledge our wickedness, O LORD, the guilt of our fathers; indeed, we have sinned against You.
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
21 For the sake of Your name do not despise us; do not disgrace Your glorious throne. Remember Your covenant with us; do not break it.
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
22 Can the worthless idols of the nations bring rain? Do the skies alone send showers? Is this not by You, O LORD our God? So we put our hope in You, for You have done all these things.
ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।