< Job 13 >

1 “Indeed, my eyes have seen all this; my ears have heard and understood.
ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।
2 What you know, I also know; I am not inferior to you.
ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ।
3 Yet I desire to speak to the Almighty and argue my case before God.
ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।
4 You, however, smear with lies; you are all worthless physicians.
ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।
5 If only you would remain silent; for that would be your wisdom!
ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହନ୍ତ! ତାହା ତୁମ୍ଭମାନଙ୍କର ଜ୍ଞାନସୂଚକ ହୁଅନ୍ତା।
6 Hear now my argument, and listen to the plea of my lips.
ଏବେ ମୋହର ଯୁକ୍ତି ଶୁଣ ଓ ମୋର ଓଷ୍ଠାଧରର ପ୍ରତିବାଦରେ କର୍ଣ୍ଣପାତ କର।
7 Will you speak wickedly on God’s behalf or speak deceitfully for Him?
ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?
8 Would you show Him partiality or argue in His defense?
ତୁମ୍ଭେମାନେ କʼଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ବିରୋଧ କରିବ?
9 Would it be well when He examined you? Could you deceive Him like a man?
ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କʼଣ ତାହାଙ୍କୁ ଭୁଲାଇବ?
10 Surely He would rebuke you if you secretly showed partiality.
ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ।
11 Would His majesty not terrify you? Would the dread of Him not fall upon you?
ତାହାଙ୍କର ମହତ୍ତ୍ୱ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କʼଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?
12 Your maxims are proverbs of ashes; your defenses are defenses of clay.
ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ।
13 Be silent, and I will speak. Then let come to me what may.
ତୁମ୍ଭେମାନେ ନୀରବ ହୁଅ, ମୋତେ ଛାଡ଼, ମୁଁ କଥା କହିବି, ତହିଁରେ ମୋହର ଯାହା ହେବ, ହେଉ।
14 Why do I put myself at risk and take my life in my own hands?
ମୁଁ କାହିଁକି ଆପଣା ଦନ୍ତରେ ଆପଣା ମାଂସ ଧରିବି ଓ ଆପଣା ହସ୍ତରେ ଆପଣା ପ୍ରାଣ ରଖିବି?
15 Though He slay me, I will hope in Him. I will still defend my ways to His face.
ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
16 Moreover, this will be my salvation, for no godless man can appear before Him.
ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ।
17 Listen carefully to my words; let my declaration ring in your ears.
ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ।
18 Behold, now that I have prepared my case, I know that I will be vindicated.
ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି।
19 Can anyone indict me? If so, I will be silent and die.
ମୋʼ ସଙ୍ଗେ ଯେ ବିବାଦ କରିବ, ସେ କିଏ? କାରଣ (କେହି ଥିଲେ) ମୁଁ ନୀରବ ହୋଇ ପ୍ରାଣତ୍ୟାଗ କରିବି।
20 Only grant these two things to me, so that I need not hide from You:
କେବଳ ଦୁଇ କଥା ମୋʼ ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ।
21 Withdraw Your hand from me, and do not let Your terror frighten me.
ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।
22 Then call me, and I will answer, or let me speak, and You can reply.
ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।
23 How many are my iniquities and sins? Reveal to me my transgression and sin.
ମୋହର ଅପରାଧ ଓ ପାପ କେତେ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ।
24 Why do You hide Your face and consider me as Your enemy?
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?
25 Would You frighten a windblown leaf? Would You chase after dry chaff?
ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କʼଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?
26 For You record bitter accusations against me and bequeath to me the iniquities of my youth.
କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁଅଛ ଓ ମୋʼ ଯୌବନ କାଳର ଅପରାଧ ଭୋଗ କରାଉଅଛ;
27 You put my feet in the stocks and stand watch over all my paths; You set a limit for the soles of my feet.
ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋʼ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;
28 So man wastes away like something rotten, like a moth-eaten garment.
ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।

< Job 13 >