< Leviticus 10 >

1 Now Aaron’s sons Nadab and Abihu took their censers, put fire in them and added incense, and offered unauthorized fire before the LORD, contrary to His command.
ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ୍‍ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।
2 So fire came out from the presence of the LORD and consumed them, and they died in the presence of the LORD.
ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
3 Then Moses said to Aaron, “This is what the LORD meant when He said: ‘To those who come near Me I will show My holiness, and in the sight of all the people I will reveal My glory.’” But Aaron remained silent.
ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।
4 Moses summoned Mishael and Elzaphan, sons of Aaron’s uncle Uzziel, and said to them, “Come here; carry the bodies of your cousins outside the camp, away from the front of the sanctuary.”
ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନ୍‍କୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”
5 So they came forward and carried them, still in their tunics, outside the camp, as Moses had directed.
ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।
6 Then Moses said to Aaron and his sons Eleazar and Ithamar, “Do not let your hair become disheveled and do not tear your garments, or else you will die, and the LORD will be angry with the whole congregation. But your brothers, the whole house of Israel, may mourn on account of the fire that the LORD has ignited.
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।
7 You shall not go outside the entrance to the Tent of Meeting, or you will die, for the LORD’s anointing oil is on you.” So they did as Moses instructed.
ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।
8 Then the LORD said to Aaron,
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ,
9 “You and your sons are not to drink wine or strong drink when you enter the Tent of Meeting, or else you will die; this is a permanent statute for the generations to come.
“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
10 You must distinguish between the holy and the common, between the clean and the unclean,
ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣି ପାରିବ;
11 so that you may teach the Israelites all the statutes that the LORD has given them through Moses.”
ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”
12 And Moses said to Aaron and his remaining sons, Eleazar and Ithamar, “Take the grain offering that remains from the offerings made by fire to the LORD and eat it without leaven beside the altar, because it is most holy.
ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;
13 You shall eat it in a holy place, because it is your share and your sons’ share of the offerings made by fire to the LORD; for this is what I have been commanded.
ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ।
14 And you and your sons and daughters may eat the breast of the wave offering and the thigh of the contribution in a ceremonially clean place, because these portions have been assigned to you and your children from the peace offerings of the sons of Israel.
ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ।
15 They are to bring the thigh of the contribution and the breast of the wave offering, together with the fat portions of the offerings made by fire, to wave as a wave offering before the LORD. It will belong permanently to you and your children, as the LORD has commanded.”
ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଉପହାରର ଜଙ୍ଘ ଓ ଦୋଳନୀୟ ନୈବେଦ୍ୟର ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ।”
16 Later, Moses searched carefully for the goat of the sin offering, and behold, it had been burned up. He was angry with Eleazar and Ithamar, Aaron’s remaining sons, and asked,
ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,
17 “Why didn’t you eat the sin offering in the holy place? For it is most holy; it was given to you to take away the guilt of the congregation by making atonement for them before the LORD.
“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।
18 Since its blood was not brought inside the holy place, you should have eaten it in the sanctuary area, as I commanded.”
ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ।”
19 But Aaron replied to Moses, “Behold, this very day they presented their sin offering and their burnt offering before the LORD. Since these things have happened to me, if I had eaten the sin offering today, would it have been acceptable in the sight of the LORD?”
ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?”
20 And when Moses heard this explanation, he was satisfied.
ତହୁଁ ମୋଶା ତାହା ଶୁଣନ୍ତେ, ତାହା ତାଙ୍କ ଦୃଷ୍ଟିରେ ଭଲ ଦେଖାଗଲା।

< Leviticus 10 >