< Numbers 18 >

1 So the LORD said to Aaron, “You and your sons and your father’s house must bear the iniquity involving the sanctuary. And you and your sons alone must bear the iniquity involving your priesthood.
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
2 But bring with you also your brothers from the tribe of Levi, the tribe of your father, that they may join you and assist you and your sons before the Tent of the Testimony.
ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।
3 And they shall attend to your duties and to all the duties of the Tent; but they must not come near to the furnishings of the sanctuary or the altar, or both they and you will die.
ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
4 They are to join you and attend to the duties of the Tent of Meeting, doing all the work at the Tent; but no outsider may come near you.
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
5 And you shall attend to the duties of the sanctuary and of the altar, so that wrath may not fall on the Israelites again.
ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
6 Behold, I Myself have selected your fellow Levites from the Israelites as a gift to you, dedicated to the LORD to perform the service for the Tent of Meeting.
ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
7 But only you and your sons shall attend to your priesthood for everything concerning the altar and what is inside the veil, and you are to perform that service. I am giving you the work of the priesthood as a gift, but any outsider who comes near the sanctuary must be put to death.”
ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
8 Then the LORD said to Aaron, “Behold, I have put you in charge of My offerings. As for all the sacred offerings of the Israelites, I have given them to you and your sons as a portion and a permanent statute.
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
9 A portion of the most holy offerings reserved from the fire will be yours. From all the offerings they render to Me as most holy offerings, whether grain offerings or sin offerings or guilt offerings, that part belongs to you and your sons.
ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
10 You are to eat it as a most holy offering, and every male may eat it. You shall regard it as holy.
ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
11 And this is yours as well: the offering of their gifts, along with all the wave offerings of the Israelites. I have given this to you and your sons and daughters as a permanent statute. Every ceremonially clean person in your household may eat it.
ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
12 I give you all the freshest olive oil and all the finest new wine and grain that the Israelites give to the LORD as their firstfruits.
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
13 The firstfruits of everything in their land that they bring to the LORD will belong to you. Every ceremonially clean person in your household may eat them.
ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
14 Every devoted thing in Israel belongs to you.
ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।
15 The firstborn of every womb, whether man or beast, that is offered to the LORD belongs to you. But you must surely redeem every firstborn son and every firstborn male of unclean animals.
ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
16 You are to pay the redemption price for a month-old male according to your valuation: five shekels of silver, according to the sanctuary shekel, which is twenty gerahs.
ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
17 But you must not redeem the firstborn of an ox, a sheep, or a goat; they are holy. You are to sprinkle their blood on the altar and burn their fat as an offering made by fire, a pleasing aroma to the LORD.
ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
18 And their meat belongs to you, just as the breast and right thigh of the wave offering belong to you.
ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
19 All the holy offerings that the Israelites present to the LORD I give to you and to your sons and daughters as a permanent statute. It is a permanent covenant of salt before the LORD for you and your offspring.”
ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
20 Then the LORD said to Aaron, “You will have no inheritance in their land, nor will you have any portion among them. I am your portion and your inheritance among the Israelites.
ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
21 Behold, I have given to the Levites all the tithes in Israel as an inheritance in return for the work they do, the service of the Tent of Meeting.
ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
22 No longer may the Israelites come near to the Tent of Meeting, or they will incur guilt and die.
ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
23 The Levites are to perform the work of the Tent of Meeting, and they must bear their iniquity. This is a permanent statute for the generations to come. The Levites will not receive an inheritance among the Israelites.
ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
24 For I have given to the Levites as their inheritance the tithe that the Israelites present to the LORD as a contribution. That is why I told them that they would not receive an inheritance among the Israelites.”
କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”
25 And the LORD instructed Moses,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
26 “Speak to the Levites and tell them: ‘When you receive from the Israelites the tithe that I have given you as your inheritance, you must present part of it as an offering to the LORD—a tithe of the tithe.
“ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
27 Your offering will be reckoned to you as grain from the threshing floor or juice from the winepress.
ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
28 So you are to present an offering to the LORD from all the tithes you receive from the Israelites, and from these you are to give the LORD’s offering to Aaron the priest.
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
29 You must present the offering due the LORD from all the best of every gift, the holiest part of it.’
ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’
30 Therefore say to the Levites, ‘When you have presented the best part, it will be reckoned to you as the produce of the threshing floor or winepress.
ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
31 And you and your households may eat the rest of it anywhere; it is the compensation for your work at the Tent of Meeting.
ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
32 Once you have presented the best part of it, you will not incur guilt because of it. But you must not defile the sacred offerings of the Israelites, or else you will die.’”
ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”

< Numbers 18 >