< Numbers 36 >

1 Now the family heads of the clan of Gilead son of Machir son of Manasseh, one of the clans of Joseph, approached Moses and the leaders who were the heads of the Israelite families and addressed them,
ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
2 saying, “When the LORD commanded my lord to give the land as an inheritance to the Israelites by lot, He also commanded him to give the inheritance of our brother Zelophehad to his daughters.
ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।
3 But if they marry any of the men from the other tribes of Israel, their inheritance will be withdrawn from the portion of our fathers and added to the tribe into which they marry. So our allotted inheritance would be taken away.
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।
4 And when the Jubilee for the Israelites comes, their inheritance will be added to the tribe into which they marry and taken away from the tribe of our fathers.”
ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”
5 So at the word of the LORD, Moses commanded the Israelites: “The tribe of the sons of Joseph speaks correctly.
ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।
6 This is what the LORD has commanded concerning the daughters of Zelophehad: They may marry anyone they please, provided they marry within a clan of the tribe of their father.
ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ‘ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।’
7 No inheritance in Israel may be transferred from tribe to tribe, because each of the Israelites is to retain the inheritance of the tribe of his fathers.
ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
8 Every daughter who possesses an inheritance from any Israelite tribe must marry within a clan of the tribe of her father, so that every Israelite will possess the inheritance of his fathers.
ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ।
9 No inheritance may be transferred from one tribe to another, for each tribe of Israel must retain its inheritance.”
ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”
10 So the daughters of Zelophehad did as the LORD had commanded Moses.
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।
11 Mahlah, Tirzah, Hoglah, Milcah, and Noah, the daughters of Zelophehad, were married to cousins on their father’s side.
ଅର୍ଥାତ୍‍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।
12 They married within the clans of the descendants of Manasseh son of Joseph, and their inheritance remained within the tribe of their father’s clan.
ଯୋଷେଫଙ୍କର ପୁତ୍ର ମନଃଶି ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।
13 These are the commandments and ordinances that the LORD gave the Israelites through Moses on the plains of Moab by the Jordan across from Jericho.
ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।

< Numbers 36 >