< Psalms 113 >

1 Hallelujah! Give praise, O servants of the LORD; praise the name of the LORD.
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 Blessed be the name of the LORD both now and forevermore.
ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।
3 From where the sun rises to where it sets, the name of the LORD is praised.
ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।
4 The LORD is exalted over all the nations, His glory above the heavens.
ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,
5 Who is like the LORD our God, the One enthroned on high?
ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
6 He humbles Himself to behold the heavens and the earth.
ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ?
7 He raises the poor from the dust and lifts the needy from the dump
ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
8 to seat them with nobles, with the princes of His people.
ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
9 He settles the barren woman in her home as a joyful mother to her children. Hallelujah!
ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Psalms 113 >