< Psalms 63 >

1 A Psalm of David, when he was in the Wilderness of Judah. O God, You are my God. Earnestly I seek You; my soul thirsts for You. My body yearns for You in a dry and weary land without water.
ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।
2 So I have seen You in the sanctuary and beheld Your power and glory.
ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
3 Because Your loving devotion is better than life, my lips will glorify You.
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
4 So I will bless You as long as I live; in Your name I will lift my hands.
ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
5 My soul is satisfied as with the richest of foods; with joyful lips my mouth will praise You.
ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
6 When I remember You on my bed, I think of You through the watches of the night.
ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
7 For You are my help; I will sing for joy in the shadow of Your wings.
କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
8 My soul clings to You; Your right hand upholds me.
ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
9 But those who seek my life to destroy it will go into the depths of the earth.
ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।
10 They will fall to the power of the sword; they will become a portion for foxes.
ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।
11 But the king will rejoice in God; all who swear by Him will exult, for the mouths of liars will be shut.
ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।

< Psalms 63 >