< 1 Samuel 17 >

1 Now the Philistines got their armies together for war, and came together at Socoh in the land of Judah, and took up their position between Socoh and Azekah in Ephes-dammim.
ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
2 And Saul and the men of Israel came together and took up their position in the valley of Elah, and put their forces in order against the Philistines.
ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।
3 The Philistines were stationed on the mountain on one side and Israel on the mountain on the other side: and there was a valley between them.
ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।
4 And a fighter came out from the tents of the Philistines, named Goliath of Gath; he was more than six cubits tall.
ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।
5 And he had a head-dress of brass on his head, and he was dressed in a coat of metal, the weight of which was five thousand shekels of brass.
ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।
6 His legs were covered with plates of brass and hanging on his back was a javelin of brass.
ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।
7 The stem of his spear was as long as a cloth-worker's rod, and its head was made of six hundred shekels' weight of iron: and one went before him with his body-cover.
ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।
8 He took up his position and in a loud voice said to the armies of Israel, Why have you come out to make war? Am I not a Philistine and you servants of Saul? Send out a man for yourselves and let him come down to me.
ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, “ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।
9 If he is able to have a fight with me and overcome me, then we will be your servants: but if I am able to overcome him, then you will be our servants and do work for us.
ସେ ଯେବେ ମୋʼ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।”
10 And the Philistine said, I have put to shame the armies of Israel this day; give me a man so that we may have a fight together.
ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।”
11 And Saul and all Israel, hearing those words of the Philistine, were troubled and full of fear.
ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।
12 Now David was the son of that Ephrathite of Beth-lehem-judah named Jesse, who had eight sons; and he was an old man in Saul's day, and far on in years.
ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।
13 And the three oldest sons of Jesse had gone with Saul to the fight: the names of the three who went to the fight were Eliab, the oldest, and Abinadab the second, and Shammah the third.
ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍‍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍‍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।
14 And David was the youngest: and the three oldest were with Saul's army.
କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।
15 Now David went to and from Saul, looking after his father's sheep at Beth-lehem.
ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।
16 And the Philistine came near every morning and evening for forty days.
ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।
17 And Jesse said to his son David, Take now for your brothers an ephah of this dry grain and these ten cakes of bread, and go quickly with them to the tents to your brothers;
ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।
18 And take these ten cheeses to the captain of their thousand, and see how your brothers are and come back with a sign to say how they are.
ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।
19 Now Saul, and they, and all the men of Israel were in the valley of Elah, fighting with the Philistines.
ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”
20 And David got up early in the morning, and, giving the sheep into the care of a keeper, took the things and went as Jesse had said; and he came to the lines where the carts were, when the army was going out to the fight giving their war-cry.
ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।
21 And Israel and the Philistines had put their forces in position, army against army.
ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।
22 And David gave his parcels into the hands of the keeper of the army stores, and went running to the army and came to his brothers to get knowledge about them.
ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।
23 And while he was talking to them, the fighter, the Philistine of Gath, Goliath by name, came out from the Philistines' lines and said the same words, in David's hearing.
ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।
24 And all the men of Israel, when they saw him, went in flight, overcome with fear.
ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।
25 And the men of Israel said, Have you seen this man? Clearly he has come out to put shame on Israel: and it is certain that if any man overcomes him, the king will give that man great wealth, and will give him his daughter, and make his father's family free in Israel.
ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”
26 And David said to the men near him, What will be done to the man who overcomes this Philistine and takes away the shame from Israel? for who is this Philistine, a man without circumcision, that he has put shame on the armies of the living God?
ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”
27 And the people gave him this answer, So it will be done to the man who overcomes him.
ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।
28 And Eliab, his oldest brother, hearing what David said to the men, was moved to wrath against David, and said, Why have you come here? Into whose care have you given that little flock of sheep in the waste land? I have knowledge of your pride and the evil of your heart, you have come down to see the fight.
ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”
29 And David said, What have I done now? was it not only a word?
ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”
30 And turning away from him to one of the other men, he said the same words: and the people gave him the same answer.
ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।
31 And, hearing what David said, they gave Saul word of it: and he sent for him.
ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।
32 And David said to Saul, Let no man's heart become feeble because of him; I, your servant, will go out and have a fight with this Philistine.
ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”
33 And Saul said to David, You are not able to go out against this Philistine and have a fight with him: for you are only a boy, and he has been a man of war from his earliest days.
ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।”
34 And David said to Saul, Your servant has been keeper of his father's sheep; and if a lion or a bear came and took a lamb from the flock,
ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,
35 I went out after him, and overcame him, and took it out of his mouth: and if, turning on me, he came at me, I took him by the hair and overcame him and put him to death.
ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।
36 Your servant has overcome lion and bear: and the fate of this Philistine, who is without circumcision, will be like theirs, seeing that he has put shame on the armies of the living God.
ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”
37 And David said, The Lord, who kept me safe from the grip of the lion and the bear, will be my saviour from the hands of this Philistine. And Saul said to David, Go! and may the Lord be with you.
ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”
38 Then Saul gave David his clothing of war, and put a head-dress of brass on his head and had him clothed with a coat of metal.
ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।
39 And David took Saul's sword and put the band round him over the metal coat, and was unable to go forward; for he was not used to them. Then David said to Saul, It is not possible for me to go out with these, for I am not used to them. So David took them off.
ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।
40 Then he took his stick in his hand, and got five smooth stones from the bed of the stream and put them in a bag such as is used by sheep-keepers; and in his hand was a leather band used for sending stones: and so he went in the direction of the Philistine.
ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।
41 And the Philistine came nearer to David; and the man who had his body-cover went before him.
ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।
42 And when the Philistine, taking note, saw David, he had a poor opinion of him: for he was only a boy, red-haired and good-looking.
ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।
43 And the Philistine said to David, Am I a dog, that you come out to me with sticks? And the Philistine put curses on David by all his gods.
ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
44 And the Philistine said to David, Come here to me, and I will give your flesh to the birds of the air and the beasts of the field.
ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”
45 Then David said to the Philistine, You come to me with a sword and a spear and a javelin: but I come to you in the name of the Lord of armies, the God of the armies of Israel on which you have put shame.
ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
46 This day the Lord will give you up into my hands, and I will overcome you, and take your head off you; and I will give the bodies of the Philistine army to the birds of the air and the beasts of the earth today, so that all the earth may see that Israel has a God;
ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
47 And all these people who are here today may see that the Lord does not give salvation by sword and spear: for the fight is the Lord's, and he will give you up into our hands.
ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”
48 Now when the Philistine made a move and came near to David, David quickly went at a run in the direction of the army, meeting the Philistine face to face.
ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।
49 And David put his hand in his bag and took out a stone and sent it from his leather band straight at the Philistine, and the stone went deep into his brow, and he went down to the earth, falling on his face.
ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।
50 So David overcame the Philistine with his leather band and a stone, wounding the Philistine and causing his death: but David had no sword in his hand.
ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।
51 So running up to the Philistine and putting his foot on him, David took his sword out of its cover, and put him to death, cutting off his head with it. And when the Philistines saw that their fighter was dead, they went in flight.
ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
52 And the men of Israel and of Judah got up, and gave a cry, and went after the Philistines as far as Gath and the town doors of Ekron. And the wounded of the Philistines were falling down by the road from Shaaraim all the way to Gath and Ekron.
ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।
53 Then the children of Israel came back from going after the Philistines, and took their goods from the tents.
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।
54 And David took the head of the Philistine to Jerusalem, but the metal war-dress and the arms he put in his tent.
ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।
55 And when Saul saw David going out against the Philistine, he said to Abner, the captain of the army, Abner, whose son is this young man? And Abner said, On your life, O king, I have no idea.
ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”
56 And the king said, Make search and see whose son this young man is.
ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”
57 And when David was coming back after the destruction of the Philistine, Abner took him to Saul, with the head of the Philistine in his hand.
ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍‍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।
58 And Saul said to him, Young man, whose son are you? And David in answer said, I am the son of your servant Jesse of Beth-lehem.
ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”

< 1 Samuel 17 >