< 2 Kings 5 >

1 Now Naaman, chief of the army of the king of Aram, was a man of high position with his master, and greatly respected, because by him the Lord had given salvation to Aram; but he was a leper.
ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।
2 Now the Aramaeans had gone out in bands, and taken prisoner from Israel a little girl, who became servant to Naaman's wife.
ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।
3 And she said to her master's wife, If only my lord would go to the prophet in Samaria, he would make him well.
ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
4 And someone went and said to his lord, This is what the girl from the land of Israel says.
ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”
5 So the king of Aram said, Go then; and I will send a letter to the king of Israel. And he went, taking with him ten talents of silver and six thousand shekels of gold, and ten changes of clothing.
ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।
6 And he took the letter to the king of Israel, in which the king of Aram had said, See, I have sent my servant Naaman to you to be made well, for he is a leper.
ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”
7 But the king of Israel, after reading the letter, was greatly troubled and said, Am I God, to give death and life? why does this man send a leper to me to be made well? is it not clear that he is looking for a cause of war?
ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
8 Now Elisha, the man of God, hearing that the king of Israel had done this, sent to the king, saying, Why are you troubled? send the man to me, so that he may see that there is a prophet in Israel.
ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।”
9 So Naaman, with all his horses and his carriages, came to the door of Elisha's house.
ଏଣୁ ନାମାନ୍‍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।
10 And Elisha sent a servant to him, saying, Go to Jordan, and after washing seven times in its waters your flesh will be well again and you will be clean.
ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
11 But Naaman was angry and went away and said, I had the idea that he would come out to see such an important person as I am, and make prayer to the Lord his God, and with a wave of his hand over the place make the leper well.
ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।
12 Are not Abana and Pharpar, rivers of Damascus, better than all the waters of Israel? may I not be washed in them and become clean? So turning, he went away in wrath.
ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
13 Then his servants came to him and said, If the prophet had given you orders to do some great thing, would you not have done it? how much more then, when he says to you, Be washed and become clean?
ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”
14 Then he went down seven times into the waters of Jordan, as the man of God had said; and his flesh became like the flesh of a little child again, and he was clean.
ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
15 Then he went back to the man of God, with all his train, and, taking his place before him, said, Now I am certain that there is no God in all the earth, but only in Israel: now then, take an offering from me.
ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
16 But he said, By the life of the Lord whose servant I am, I will take nothing from you. And he did his best to make him take it but he would not.
ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।
17 Then Naaman said, If you will not, then let there be given to your servant as much earth as two beasts are able to take on their backs; because from now on, your servant will make no offering or burned offering to other gods, but only to the Lord.
ଏଥିରେ ନାମାନ୍‍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।
18 But may your servant have the Lord's forgiveness for this one thing: when my master goes into the house of Rimmon for worship there, supported on my arm, and my head is bent in the house of Rimmon; when his head is bent in the house of Rimmon, may your servant have the Lord's forgiveness for this thing.
ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”
19 And he said to him, Go in peace. And he went from him some distance.
ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍‍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।
20 But Gehazi, the servant of Elisha, the man of God, said, Now my master has taken nothing from Naaman, this Aramaean, of what he would have given him: by the living Lord, I will go after him and get something from him.
ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍‍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
21 So Gehazi went after Naaman. And when Naaman saw him running after him, he got down from his carriage and went back to him and said, Is all well?
ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”
22 And he said, All is well: but my master has sent me, saying, Even now, two young men of the sons of the prophets have come to me from the hill-country of Ephraim; will you give me a talent of silver and two changes of clothing for them?
ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”
23 And Naaman said, Be good enough to take two talents. And forcing him to take them, he put two talents of silver in two bags, with two changes of clothing, and gave them to his two servants to take before him.
ଏଥିରେ ନାମାନ୍‍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ।
24 When he came to the hill, he took them from their hands, and put them away in the house; and he sent the men away, and they went.
ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।
25 Then he came in and took his place before his master. And Elisha said to him, Where have you come from, Gehazi? And he said, Your servant went nowhere.
ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
26 And he said to him, Did not my heart go with you, when the man got down from his carriage and went back to you? Is this a time for getting money, and clothing, and olive-gardens and vine-gardens, and sheep and oxen, and men-servants and women-servants?
ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?
27 Because of what you have done, the disease of Naaman the leper will take you in its grip, and your seed after you, for ever. And he went out from before him a leper as white as snow.
ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।

< 2 Kings 5 >