< Job 7 >

1 Has not man his ordered time of trouble on the earth? and are not his days like the days of a servant working for payment?
ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?
2 As a servant desiring the shades of evening, and a workman looking for his payment:
ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;
3 So I have for my heritage months of pain to no purpose, and nights of weariness are given to me.
ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି।
4 When I go to my bed, I say, When will it be time to get up? but the night is long, and I am turning from side to side till morning light.
ମୁଁ ଶୟନ କାଳରେ କହେ, ‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ।
5 My flesh is covered with worms and dust; my skin gets hard and then is cracked again.
ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।
6 My days go quicker than the cloth-worker's thread, and come to an end without hope.
ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ।
7 O, keep in mind that my life is wind: my eye will never again see good.
ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।
8 The eye of him who sees me will see me no longer: your eyes will be looking for me, but I will be gone.
ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି।
9 A cloud comes to an end and is gone; so he who goes down into the underworld comes not up again. (Sheol h7585)
ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ। (Sheol h7585)
10 He will not come back to his house, and his place will have no more knowledge of him.
ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ।
11 So I will not keep my mouth shut; I will let the words come from it in the pain of my spirit, my soul will make a bitter outcry.
ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।
12 Am I a sea, or a sea-beast, that you put a watch over me?
ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?
13 When I say, In my bed I will have comfort, there I will get rest from my disease;
ମୋʼ ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,
14 Then you send dreams to me, and visions of fear;
ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ।
15 So that a hard death seems better to my soul than my pains.
ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ।
16 I have no desire for life, I would not be living for ever! Keep away from me, for my days are as a breath.
ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର।
17 What is man, that you have made him great, and that your attention is fixed on him,
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,
18 And that your hand is on him every morning, and that you are testing him every minute?
ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?
19 How long will it be before your eyes are turned away from me, so that I may have a minute's breathing-space?
ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ିଦେବ ନାହିଁ?
20 If I have done wrong, what have I done to you, O keeper of men? why have you made me a mark for your blows, so that I am a weariness to myself?
ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?
21 And why do you not take away my sin, and let my wrongdoing be ended? for now I go down to the dust, and you will be searching for me with care, but I will be gone.
ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”

< Job 7 >