< Job 3 >
1 After this, Job opened his mouth and cursed his day.
ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।
2 And Job answered and said,
ପୁଣି, ଆୟୁବ ଉତ୍ତର କରି କହିଲା;
3 Let the day perish in which I was born, and the night that said, There is a man child conceived.
“ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;
4 That day — let it be darkness, let not God care for it from above, neither let light shine upon it:
ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ।
5 Let darkness and the shadow of death claim it; let clouds dwell upon it; let darkeners of the day terrify it.
ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।
6 That night — let gloom seize upon it; let it not rejoice among the days of the year; let it not come into the number of the months.
ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସ-ସଂଖ୍ୟା ମଧ୍ୟରେ ନ ଆସୁ।
7 Behold, let that night be barren; let no joyful sound come therein;
ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।
8 Let them curse it that curse the day, who are ready to rouse Leviathan;
ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।
9 Let the stars of its twilight be dark; let it wait for light, and have none, neither let it see the eyelids of the dawn:
ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
10 Because it shut not up the doors of the womb that bore me, and hid not trouble from mine eyes.
କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ।
11 Wherefore did I not die from the womb, — come forth from the belly and expire?
ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?
12 Why did the knees meet me? and wherefore the breasts, that I should suck?
ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା?
13 For now should I have lain down and been quiet; I should have slept: then had I been at rest,
ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;
14 With kings and counsellors of the earth, who build desolate places for themselves,
ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;
15 Or with princes who had gold, who filled their houses with silver;
ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;
16 Or as a hidden untimely birth I had not been; as infants that have not seen the light.
ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି।
17 There the wicked cease from troubling; and there the wearied are at rest.
ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେହି ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ।
18 The prisoners together are at ease; they hear not the voice of the taskmaster.
ସେହି ସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ।
19 The small and great are there, and the bondman freed from his master.
ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ।
20 Wherefore is light given to him that is in trouble, and life to those bitter of soul,
ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;
21 Who long for death, and it [cometh] not, and dig for it more than for hidden treasures;
ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;
22 Who rejoice even exultingly and are glad when they find the grave? —
ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?
23 To the man whose way is hidden, and whom God hath hedged in?
ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ୱର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କାହିଁକି ଦୀପ୍ତି ଦିଆଯାଏ?
24 For my sighing cometh before my bread, and my groanings are poured out like the waters.
କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ।
25 For I feared a fear, and it hath come upon me, and that which I dreaded hath come to me.
ଯେଣୁ ମୁଁ ଯାହା ଭୟ କରେ, ତାହା ହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ।
26 I was not in safety, neither had I quietness, neither was I at rest, and trouble came.
ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି।”