< Proverbs 14 >
1 The wisdom of women buildeth their house; but folly plucketh it down with her hands.
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
2 He that walketh in his uprightness feareth Jehovah; but he that is perverted in his ways despiseth him.
ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।
3 In the fool's mouth is a rod of pride; but the lips of the wise shall preserve them.
ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ।
4 Where no oxen are, the crib is clean; but much increase is by the strength of the ox.
ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।
5 A faithful witness will not lie; but a false witness uttereth lies.
ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।
6 A scorner seeketh wisdom, and there is none [for him]; but knowledge is easy unto the intelligent.
ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।
7 Go from the presence of a foolish man, in whom thou perceivest not the lips of knowledge.
ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ।
8 The wisdom of the prudent is to discern his way; but the folly of the foolish is deceit.
ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।
9 Fools make a mock at trespass; but for the upright there is favour.
ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।
10 The heart knoweth its own bitterness, and a stranger doth not intermeddle with its joy.
ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।
11 The house of the wicked shall be overthrown; but the tent of the upright shall flourish.
ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।
12 There is a way that seemeth right unto a man, but the end thereof is the ways of death.
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ।
13 Even in laughter the heart is sorrowful, and the end of mirth is sadness.
ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।
14 The backslider in heart shall be filled with his own ways, and the good man from what is in himself.
ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।
15 The simple believeth every word; but the prudent [man] heedeth his going.
ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
16 A wise [man] feareth and departeth from evil; but the foolish is overbearing and confident.
ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ିଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
17 He that is soon angry dealeth foolishly, and a man of mischievous devices is hated.
ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
18 The simple inherit folly; but the prudent are crowned with knowledge.
ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
19 The evil bow before the good, and the wicked at the gates of the righteous [man].
ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।
20 He that is poor is hated even of his own neighbour; but the rich hath many friends.
ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।
21 He that despiseth his neighbour sinneth; but he that is gracious to the afflicted, happy is he.
ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
22 Do they not err that devise evil? but loving-kindness and truth are for those that devise good.
ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।
23 In all labour there is profit; but the talk of the lips [tendeth] only to want.
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
24 The crown of the wise is their riches; the folly of the foolish is folly.
ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।
25 A true witness delivereth souls; but deceit uttereth lies.
ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।
26 In the fear of Jehovah is strong confidence, and his children shall have a place of refuge.
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
27 The fear of Jehovah is a fountain of life, to turn away from the snares of death.
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।
28 In the multitude of people is the king's glory; but in the lack of people is the ruin of a prince.
ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।
29 He that is slow to anger is of great understanding; but he that is hasty of spirit exalteth folly.
ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
30 A sound heart is the life of the flesh; but envy the rottenness of the bones.
ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।
31 He that oppresseth the poor reproacheth his Maker; but he that honoureth Him is gracious to the needy.
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
32 The wicked is driven away by his evil-doing; but the righteous trusteth, [even] in his death.
ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
33 Wisdom resteth in the heart of the intelligent [man]; but that which is in the foolish maketh itself known.
ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ।
34 Righteousness exalteth a nation; but sin is a reproach to peoples.
ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ।
35 The king's favour is toward a wise servant; but his wrath is [against] him that causeth shame.
ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି।