< Jeremiah 21 >

1 The word that came to Jeremias from the Lord, when king Sedecias sent unto him Phassur, the son of Melchias, and Sophonias, the son of Maasias the priest, saying:
ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,
2 Inquire of the Lord for us, for Nabuchodonosor king of Babylon maketh war against us: if so be the Lord will deal with us according to all his wonderful works, that he may depart from us.
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
3 And Jeremias said to them: Thus shall you say to Sedecias:
ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ;
4 Thus saith the Lord, the God of Israel: Behold I will turn back the weapons of war that are in your hands, with which you fight against the king of Babylon, and the Chaldeans, that besiege you round about the walls: and I will gather them together in the midst of this city.
‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
5 And I myself will fight against you with an outstretched hand, and with a strong arm, and in fury, and in indignation, and in great wrath.
ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
6 And I will strike the inhabitants of this city, men and beasts shall die of a great pestilence.
ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।
7 And after this, saith the Lord, I will give Sedecias the king of Juda, and his servants, and his people, and such as are left in this city from the pestilence, and the sword, and the famine, into the hand of Nabuchodonosor the king of Babylon, and into the hand of their enemies, and into the hand of them that seek their life, and he shall strike them with the edge of the sword, and he shall not be moved to pity, nor spare them, nor shew mercy on them.
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’
8 And to this people thou shalt say: Thus saith the Lord: Behold I set before you the way of life, and the way of death.
ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।
9 He that shall abide in this city, shall die by the sword, and by the famine, and by the pestilence: but he that shall go out and flee over to the Chaldeans, that besiege you, shall live, and his life shall be to him as a spoil.
ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।
10 For I have set my face against this city for evil, and not for good, saith the Lord: it shall be given into the hand of the king of Babylon, and he shall burn it with fire.
କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।
11 And to the house of the king of Juda: Hear ye the word of the Lord,
ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;
12 O house of David, this saith the Lord: Judge ye judgement in the morning, and deliver him that is oppressed by violence out of the hand of the oppressor: lest my indignation go forth like a fire, and be kindled, and there be none to quench it, because of the evil of your ways.
ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।’
13 Behold I come to thee that dwellest in a valley upon a rock above a plain, saith the Lord: and you say: Who shall strike us? and who shall enter into our houses?
ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’
14 But I will visit upon you according to the fruit of your doings, saith the Lord: and I will kindle a fire in the forest thereof: and it shall devour all things round about it.
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”

< Jeremiah 21 >