< Leviticus 15 >

1 And the Lord spoke to Moses and Aaron, saying:
ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2 Speak to the children of Israel, and say to them: The man that hath an issue of seed, shall be unclean.
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।
3 And then shall he be judged subject to this evil, when a filthy humour, at every moment, cleaveth to his flesh, and gathereth there.
ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ।
4 Every bed on which he sleepeth, shall be unclean, and every place on which he sitteth.
ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।
5 If ally man touch his bed, he shall wash his clothes: and being washed with water, he shall be unclean until the evening.
ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
6 If a man sit where that man hath sitten, he also shall wash his clothes: and being washed with water, shall be unclean until the evening.
ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
7 He that toucheth his flesh, shall wash his clothes: and being himself washed with water shall be unclean until the evening.
ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
8 If such a man cast his spittle upon him that is clean, he shall wash his clothes: and being washed with water, he shall be unclean until the evening.
ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
9 The saddle on which he hath sitten shall be unclean.
ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।
10 And whatsoever has been under him that hath the issue of seed, shall be unclean until the evening. He that carrieth any of these things, shall wash his clothes: and being washed with water, he shall be unclean until the evening.
ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
11 Every person whom such a one shall touch, not having washed his hands before, shall wash his clothes: and being washed with water, shall be unclean until the evening.
ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
12 If he touch a vessel of earth, it shall be broken: but if a vessel of wood, if shall be washed with water.
ପୁଣି, ପ୍ରମେହୀ ଯେଉଁ ମୃତ୍ତିକା ପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।
13 If he who suffereth this disease be healed, he shall number seven days after his cleansing, and having washed his clothes, and all his body in living water, he shall be clean.
ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।
14 And on the eighth day he shall take two turtles, or two young pigeons, and he shall come before the Lord, to the door of the tabernacle of the testimony, and shall give them to the priest:
ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।
15 Who shall offer one for sin, and the other for a holocaust: and he shall pray for him before the Lord, that he may be cleansed of the issue of his seed.
ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
16 The man from whom the seed of copulation goeth out, shall wash all his body with water: and he shall be unclean until the evening.
ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
17 The garment or skin that he weareth, he shall wash with water, and it shall be unclean until the evening.
ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
18 The woman, with whom he copulateth, shall be washed with water, and shall be unclean until the evening.
ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
19 The woman, who at the return of the month, hath her issue of blood, shall be separated seven days.
ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
20 Every one that toucheth her, shall be unclean until the evening.
ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।
21 And every thing that she sleepeth on, or that she sitteth on in the days of her separation, shall be defiled.
ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
22 He that toucheth her bed shall wash his clothes: and being himself washed with water, shall be unclean until the evening.
ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
23 Whosoever shall touch any vessel on which she sitteth, shall wash his clothes: and himself being washed with water, shall be defiled until the evening.
ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
24 If a man copulateth with her in the time of her flowers, he shall be unclean seven days: and every bed on which he shall sleep shall be defiled.
ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।
25 The woman that hath an issue of blood many days out of her ordinary time, or that ceaseth not to flow after the monthly courses, as long as she is subject to this disease, shall be unclean, in the same manner as if she were in her flowers.
ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।
26 Every bed on which she sleepeth, and every vessel on which she sitteth, shall be defiled.
ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।
27 Whosoever toucheth them shall wash his clothes: and himself being washed with water, shall be unclean until the evening.
ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
28 If the blood stop and cease to run, she shall count seven days of her purification:
ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।
29 And on the eighth day she shall offer for herself to the priest, two turtles, or two young pigeons, at the door of the tabernacle of the testimony:
ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।
30 And he shall offer one for sin, and the other for a holocaust, and he shall pray for her before the Lord, and for the issue of her uncleanness.
ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
31 You shall teach therefore the children of Israel to take heed of uncleanness, that they may not die in their filth, when they shall have defiled my tabernacle that is among them.
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”
32 This is the law of him that hath the issue of seed, and that is defiled by copulation.
ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,
33 And of the woman that is separated in her monthly times, or that hath a continual issue of blood, and of the man that sleepeth with her.
ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।

< Leviticus 15 >