< Titus 3 >

1 Remind them to subordinate themselves to rulers and authorities, to be obedient, to be ready for every good work,
ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
2 to slander no one, to be peaceable, gentle, demonstrating true humility to all men.
କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।
3 Because we ourselves were also foolish at one time, disobedient, being deceived, being enslaved to various lusts and pleasures, living in malice and envy, detestable, hating one another.
କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
4 But when the kindness of our Savior God and His love toward mankind manifested itself,
କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
5 He saved us—not because of righteous deeds that we ourselves had done but according to His mercy, by means of the bath of regeneration and renewal by the Holy Spirit,
ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
6 whom He poured out on us abundantly through Jesus Christ our Savior,
ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ,
7 so that having been justified by His grace we might become heirs according to the hope of eternal life. (aiōnios g166)
ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ। (aiōnios g166)
8 The above is a trustworthy statement and I want you to insist on these things, so that those who have trusted in God may be concerned to take the lead in good works. These things are good and profitable for mankind.
ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।
9 But avoid foolish arguments and genealogies and contentions and disputes about the law, because they are unprofitable and useless.
କିନ୍ତୁ ବିତଣ୍ଡା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗ୍‌ଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହିସବୁ କ୍ଷତିଜନକ ଓ ଅସାର।
10 Excommunicate a divisive man after a first and second admonition,
ଯେଉଁ ଲୋକ ଭ୍ରାନ୍ତ ଶିକ୍ଷା ଦ୍ୱାରା ବିଭାଜନ କରିବାକୁ ଚେଷ୍ଟା କରନ୍ତି, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ହୋଇ ରୁହ;
11 knowing that such a person has been perverted and is sinning, being self-condemned.
ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ।
12 As soon as I send Artemas or Tychicus to you, do your best to come to me at Nicopolis, because I have decided to spend the winter there.
ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲି ସହରରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି।
13 Send Zenas the lawyer and Apollos on their way without delay, that they may lack nothing.
ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।
14 And let our people also learn to maintain good works, to meet pressing needs, that they not be unfruitful.
ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।
15 All who are with me greet you. Greet those who love us in faith. Grace be with you all. Amen.
ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।

< Titus 3 >