< 1 Kings 11 >
1 King Solomon loved many foreign women. Besides Pharaoh's daughter, there were women from the Moabites, Ammonites, Edomites, Sidonians, and Hittites.
ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
2 They were from the nations that the Lord had warned the Israelites, “You must not intermarry with them, for they will undoubtedly convince you to worship their gods.” Yet Solomon because of his love for women held on to them.
ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।
3 He had seven hundred wives of noble birth and three hundred concubines. His wives did convince him to turn away from the Lord.
ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।
4 As Solomon grew old, his wives led him to follow other gods, and he did not commit himself wholeheartedly to the Lord as his father David had done.
କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
5 Solomon worshiped Ashtoreth, goddess of the Sidonians, and Molech, vile god of the Ammonites.
ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ମିଲ୍କମ୍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍ଗାମୀ ହେଲେ।
6 This was how Solomon did evil in the Lord's sight, and was not completely dedicated to the Lord as his father David was.
ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ।
7 It was then that Solomon built a high place of worship for Chemosh, the vile god of the people of Moab, and for Molech, the vile god of the Ammonites, on a hill east of Jerusalem.
ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
8 He built places of worship for all his foreign wives where they burned incense and sacrificed to their gods.
ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।
9 The Lord became angry with Solomon because he had turned away from the Lord, the God of Israel, who had appeared to him twice.
ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
10 The Lord had warned Solomon about this—that he should not worship other gods. But Solomon did not listen to the Lord's warning.
ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।
11 So the Lord told him, “Since this is what you have done, and since you have not kept my agreement and my laws that I commanded, I will definitely take the kingdom away from you and give it to your servant.
ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।
12 However, for the sake of your father David, I will not do this in your lifetime—I will take it away from your son.
ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।
13 Even then I will not take away the whole kingdom. I will leave your son with one tribe for the sake of my servant David, and for the sake of my chosen city Jerusalem.”
ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”
14 Then the Lord encouraged Hadad the Edomite of Edom's royal family to oppose Solomon.
ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।
15 Previously, when David was in Edom, Joab the commander of the Israelite army had gone to bury some of his soldiers who had been killed, and had slaughtered every male in Edom.
ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
16 Joab and the whole Israelite army had spent six months there destroying them all.
ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;
17 But Hadad and some Edomites who had been his father's officials had run away to Egypt—Hadad was just a boy at the time.
ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା।
18 They left Midian and went to Paran. Then, along with some people from Paran, they went to Egypt, to Pharaoh king of Egypt. He provided Hadad with a house and food, and also assigned him land as a gift.
ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।
19 Pharaoh became very friendly with Hadad, and he gave him the sister of his own wife to marry, Queen Tahpenes' sister.
ପୁଣି, ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା;
20 She gave birth to his son called Genubath. Tahpenes brought him up in Pharaoh's palace with Pharaoh's own children.
ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।
21 However, when news reached Hadad in Egypt that both David and Joab, the commander of the army, had died, Hadad said to Pharaoh, “Let me leave and return to my own country.”
ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”
22 Pharaoh asked him, “Is there anything that you have lacked here with me that now you want to go back to your own country?” “No, there's nothing,” Hadad replied, “but please just let me go home.”
ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”
23 God also encouraged Rezon, son of Eliada, to oppose Solomon. He had run away from his master Hadadezer, king of Zobah. After David had destroyed Zobah's army,
ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
24 Rezon gathered around him a rebel band, and became their leader. They went and settled in Damascus, where they took over.
ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।
25 Rezon was Israel's enemy throughout Solomon's lifetime which added to the trouble Hadad caused. Rezon really hated Israel, and was the ruler of Aram.
ଆଉ ସେ ହଦଦ୍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।
26 In addition, Jeroboam, son of Nebat, rebelled against the king. One of Solomon's officials, he was an Ephraimite from Zeredah. His mother was a widow called Zeruah.
ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
27 This is why he rebelled against the king: Solomon had built the terraces and had closed the gap in the wall of the city of his father David.
ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।
28 Jeroboam was a man of ability, and when Solomon realized how successful he was in what he did, he placed him command of all the forced labor of the tribes of Joseph.
ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।
29 Around that time the prophet Ahijah the Shilonite met Jeroboam on the road as he was leaving Jerusalem.
ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
30 Ahijah had wrapped himself in a new cloak, and the two of them were by themselves in the countryside. Ahijah took the new cloak he was wearing and ripped it up into twelve pieces.
ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।
31 He said, “Jeroboam, take ten pieces. This is what the Lord God of Israel says. ‘Jeroboam, I am the Lord, the God of Israel, and I am going to take Solomon's kingdom from him and give you ten of the tribes.
ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।
32 One tribe will be left for the sake of my servant David and for the sake of Jerusalem, the city I chose from among all the tribes of Israel.
ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।
33 This is because they have abandoned me and bowed down in worship of Ashtoreth, goddess of the Sidonians, Chemosh, god of the Moabites, and Molech, god of the Ammonites. They have not followed my ways; they have not done what is right in my sight; they have not kept my commandments and laws as David, Solomon's father, did.
ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।
34 Even so, I'm not going to take the whole kingdom from Solomon, because I made him ruler for his lifetime for the sake of my servant David. I chose him because he kept my commandments and laws.
ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
35 But I will take from his son's kingdom ten tribes and give them to you.
ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।
36 I will give his son one tribe, so that my servant David will always have a descendant like a lamp before me in Jerusalem, the city where I chose to be honored.
ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।
37 I will take you, and you shall reign over everything that you want. You will be king over Israel.
ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।
38 If you accept everything that I command you, if you follow my ways, if you do what is right in my sight, keeping my laws and commandments as my servant David did, then I will be with you. I will set up for you a dynasty that lasts, just as I did for David, and I will give Israel to you.
ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
39 I will punish David's descendants because of this, but not forever.”
ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।’”
40 So Solomon tried to kill Jeroboam. But Jeroboam ran away to Egypt, to Shishak king of Egypt. He remained there until Solomon's death.
ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସରୀୟ ରାଜା ଶୀଶକ୍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।
41 The record of the rest of the acts of Solomon, including everything he did, and his wisdom, are written in the Book of the Acts of Solomon.
ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
42 Solomon reigned in Jerusalem over all of Israel for a total of forty years.
ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
43 Solomon died and was buried in the city of his father David. His son Rehoboam succeeded him as king.
ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।