< 2 Chronicles 24 >

1 Joash was seven when he became king, and he reigned in Jerusalem for forty years. His mother's name was Zibiah of Beersheba.
ଯୋୟାଶ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍‍ଶେବା ନିବାସିନୀ ଥିଲେ।
2 Joash did what was right in the Lord's sight during the lifetime of Jehoiada the priest.
ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3 Jehoiada arranged for him to marry two wives, and he had sons and daughters.
ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।
4 Some time later, Joash decided to repair the Lord's Temple.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଗୃହର ମରାମତି କରିବାକୁ ଯୋୟାଶ୍‍ଙ୍କର ମନ ହେଲା।
5 He summoned the priests and Levites and told them, “Go to the towns of Judah and collect the yearly dues from everyone in Israel to repair the Temple of your God. Do it right away.” But the Levites did not go right away.
ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।
6 So the king called for Jehoiada the high priest and asked him, “Why haven't you ordered the Levites to collect from Judah and Jerusalem the tax that Moses, the Lord's servant, and the assembly of Israel imposed to maintain the Tent of the Law?”
ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
7 (The supporters of that wicked woman Athaliah had broken into God's Temple and had stolen the holy objects of the Lord's Temple and used them to worship the Baals.)
କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍‍ ଦେବଗଣକୁ ଦେଲେ।
8 The king ordered a collection chest to be made and placed outside the entrance to the Lord's Temple.
ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।
9 A decree was proclaimed throughout Judea and Jerusalem to bring to the Lord the tax that Moses, the Lord's servant, imposed on Israel in the wilderness.
ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।
10 All the leaders and all the people were glad to do so and brought their taxes. They dropped them in the chest until it was full.
ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।
11 Every so often the Levites took the chest to the king's officials. When they saw that it contained a large amount of money, the king's secretary and the chief officer of the high priest would come and empty the chest. Then they would carry it back to its place. They did this every day and collected a great deal of money.
ତହୁଁ ଏପରି ହେଲା ଯେ, ଯେଉଁ ସମୟରେ ସିନ୍ଦୁକ ଲେବୀୟମାନଙ୍କ ହସ୍ତ ଦ୍ୱାରା ରାଜାଙ୍କ ନିରୂପିତ ସ୍ଥାନକୁ ଅଣାଗଲା ଓ ତହିଁରେ ବହୁତ ମୁଦ୍ରା ଅଛି ବୋଲି ସେମାନେ ଦେଖିଲେ, ସେତେବେଳେ ରାଜାଙ୍କର ଲେଖକ ଓ ପ୍ରଧାନ ଯାଜକର କର୍ମଚାରୀ ଆସି ସିନ୍ଦୁକ ଖାଲି କଲେ, ଆଉ ତାହା ନେଇ ପୁନର୍ବାର ସ୍ୱ ସ୍ଥାନରେ ରଖିଲେ। ଏହିରୂପେ ସେମାନେ ପ୍ରତିଦିନ କଲେ ଓ ପ୍ରଚୁର ମୁଦ୍ରା ସଂଗ୍ରହ କଲେ।
12 Then the king and Jehoiada would allocate the money of those supervising the work on the Lord's Temple to hire stonecutters and carpenters to restore the Lord's Temple and craftsmen in iron and bronze to repair the Lord's Temple.
ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।
13 The men doing the repairs worked hard and made good progress. They restored God's Temple to its original condition and strengthened it.
ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।
14 When they finished, they returned the money that was left to the king and Jehoiada, and with it utensils were made for the Lord's Temple, both for the worship services and for the burnt offerings, also bowls for incense and vessels of gold and silver. Burnt offerings were regularly offered in the Lord's Temple regularly throughout Jehoiada's lifetime.
ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍‍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।
15 Jehoiada grew old and died at the age of 130, having lived a full life.
ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
16 He was buried with the kings in the City of David, for all the good he had done in Israel for God and his Temple.
ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।
17 But after the death of Jehoiada, the leaders of Judah came to swear their loyalty to the king, and he listened to their advice.
ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।
18 They abandoned the Temple of the Lord, the God of their forefathers, and worshiped Asherah poles and idols. Judah and Jerusalem were punished because of their sin.
ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
19 The Lord sent prophets to bring the people back to him and to warn them; but they refused to listen.
ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
20 Then the Spirit of God came to Zechariah, son of Jehoiada the priest. He stood before the people and told them, “This is what God says: ‘Why do you break the Lord's commandments so that you cannot be successful? Since you have abandoned the Lord, he has abandoned you.’”
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
21 Then the leaders hatched a plot to kill Zechariah, and on the orders of the king they stoned him to death in the courtyard of the Lord's Temple.
ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
22 King Joash showed he had forgotten all about the loyalty and love shown to him by Jehoiada, Zechariah's father, by killing his son. As he died, Zechariah cried out, “May the Lord see what you've done and pay you back!”
ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”
23 At the end of the year, the Aramean army came to attack Joash. They invaded Judah and Jerusalem and killed all the people's leaders, and sent all their plunder back to the king of Damascus.
ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।
24 Even though the Aramean army had come with only a few men, the Lord gave them the victory over a very large army, because Judah had abandoned the Lord, the God of their forefathers. In this way they punished Joash.
ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍‍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ।
25 When the Arameans departed, they left Joash badly wounded. But then his own officers plotted against him for murdering the son of Jehoiada the priest, and they killed him in his bed. He was buried in the City of David, but not in the cemetery of the kings.
ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
26 Those who plotted against him were Zabad, son of Shimeath, an Ammonite woman, and Jehozabad, son of Shimrith, a Moabite woman.
ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍‍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍‍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।
27 The story of the sons of Joash, as well as the many prophecies about him and about the restoration of God's Temple, are recorded in the Commentary on the Book of the Kings. His son Amaziah took over as king.
ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।

< 2 Chronicles 24 >