< Psalms 42 >

1 To him that excelleth. A Psalme to give instruction, committed to the sonnes of Korah. As the harte brayeth for the riuers of water, so panteth my soule after thee, O God.
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।
2 My soule thirsteth for God, euen for the liuing God: when shall I come and appeare before the presence of God?
ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?
3 My teares haue bin my meate day and night, while they dayly say vnto me, Where is thy God?
ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”
4 When I remembred these things, I powred out my very heart, because I had gone with the multitude, and ledde them into the House of God with the voyce of singing, and prayse, as a multitude that keepeth a feast.
ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5 Why art thou cast downe, my soule, and vnquiet within me? waite on God: for I will yet giue him thankes for the helpe of his presence.
ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
6 My God, my soule is cast downe within me, because I remember thee, from the land of Iorden, and Hermonim, and from the mount Mizar.
ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
7 One deepe calleth another deepe by the noyse of thy water spoutes: all thy waues and thy floods are gone ouer me.
ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।
8 The Lord will graunt his louing kindenesse in the day, and in the night shall I sing of him, euen a prayer vnto the God of my life.
ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
9 I wil say vnto God, which is my rocke, Why hast thou forgotten mee? why goe I mourning, when the enemie oppresseth me?
ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”
10 My bones are cut asunder, while mine enemies reproch me, saying dayly vnto me, Where is thy God?
ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?
11 Why art thou cast downe, my soule? and why art thou disquieted within mee? waite on God: for I wil yet giue him thankes: he is my present helpe, and my God.
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

< Psalms 42 >