< Exodus 6 >
1 And the LORD said unto Moses: 'Now shalt thou see what I will do to Pharaoh; for by a strong hand shall he let them go, and by a strong hand shall he drive them out of his land.'
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”
2 And God spoke unto Moses, and said unto him: 'I am the LORD;
ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
3 and I appeared unto Abraham, unto Isaac, and unto Jacob, as God Almighty, but by My name Jehovah I made Me not known to them.
ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
4 And I have also established My covenant with them, to give them the land of Canaan, the land of their sojournings, wherein they sojourned.
ପୁଣି, କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
5 And moreover I have heard the groaning of the children of Israel, whom the Egyptians keep in bondage; and I have remembered My covenant.
ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।
6 Wherefore say unto the children of Israel: I am the LORD, and I will bring you out from under the burdens of the Egyptians, and I will deliver you from their bondage, and I will redeem you with an outstretched arm, and with great judgments;
ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
7 and I will take you to Me for a people, and I will be to you a God; and ye shall know that I am the LORD your God, who brought you out from under the burdens of the Egyptians.
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।
8 And I will bring you in unto the land, concerning which I lifted up My hand to give it to Abraham, to Isaac, and to Jacob; and I will give it you for a heritage: I am the LORD.'
ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”
9 And Moses spoke so unto the children of Israel; but they hearkened not unto Moses for impatience of spirit, and for cruel bondage.
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
10 And the LORD spoke unto Moses, saying:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11 'Go in, speak unto Pharaoh king of Egypt, that he let the children of Israel go out of his land.'
“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”
12 And Moses spoke before the LORD, saying: 'Behold, the children of Israel have not hearkened unto me; how then shall Pharaoh hear me, who am of uncircumcised lips?'
ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”
13 And the LORD spoke unto Moses and unto Aaron, and gave them a charge unto the children of Israel, and unto Pharaoh king of Egypt, to bring the children of Israel out of the land of Egypt.
ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।
14 These are the heads of their fathers' houses: the sons of Reuben the first-born of Israel: Hanoch, and Pallu, Hezron, and Carmi. These are the families of Reuben.
ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍ର ବଂଶ।
15 And the sons of Simeon: Jemuel, and Jamin, and Ohad, and Jachin, and Zohar, and Shaul the son of a Canaanitish woman. These are the families of Simeon.
ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।
16 And these are the names of the sons of Levi according to their generations: Gershon and Kohath, and Merari. And the years of the life of Levi were a hundred thirty and seven years.
ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।
17 The sons of Gershon: Libni and Shimei, according to their families.
ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି।
18 And the sons of Kohath: Amram, and Izhar, and Hebron, and Uzziel. And the years of the life of Kohath were a hundred thirty and three years.
ପୁଣି, କହାତର ସନ୍ତାନ ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।
19 And the sons of Merari: Mahli and Mushi. These are the families of the Levites according to their generations.
ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।
20 And Amram took him Jochebed his father's sister to wife; and she bore him Aaron and Moses. And the years of the life of Amram were a hundred and thirty and seven years.
ପୁଣି, ଅମ୍ରାମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।
21 And the sons of Izhar: Korah, and Nepheg, and Zichri.
ଯିଷ୍ହରର ସନ୍ତାନ କୋରହ, ନେଫଗ୍ ଓ ସିଖ୍ରି।
22 And the sons of Uzziel: Mishael, and Elzaphan, and Sithri.
ପୁଣି, ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍ ଓ ସିଥ୍ରି।
23 And Aaron took him Elisheba, the daughter of Amminadab, the sister of Nahshon, to wife; and she bore him Nadab and Abihu, Eleazar and Ithamar.
ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
24 And the sons of Korah: Assir, and Elkanah, and Abiasaph; these are the families of the Korahites.
ପୁଣି, କୋରହର ସନ୍ତାନ ଅସୀର ଓ ଇଲ୍କାନା ଓ ଅବୀୟାସଫ; ଏମାନେ କୋରହର ବଂଶ ଅଟନ୍ତି।
25 And Eleazar Aaron's son took him one of the daughters of Putiel to wife; and she bore him Phinehas. These are the heads of the fathers' houses of the Levites according to their families.
ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।
26 These are that Aaron and Moses, to whom the LORD said: 'Bring out the children of Israel from the land of Egypt according to their hosts.'
ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”
27 These are they that spoke to Pharaoh king of Egypt, to bring out the children of Israel from Egypt. These are that Moses and Aaron.
ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।
28 And it came to pass on the day when the LORD spoke unto Moses in the land of Egypt,
ଯେଉଁ ଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,
29 that the LORD spoke unto Moses, saying: 'I am the LORD; speak thou unto Pharaoh king of Egypt all that I speak unto thee.'
ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହାସବୁ ମିସରୀୟ ରାଜା ଫାରୋକୁ କୁହ।”
30 And Moses said before the LORD: 'Behold, I am of uncircumcised lips, and how shall Pharaoh hearken unto me?'
ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?”