< Habakkuk 3 >

1 A prayer of Habakkuk the prophet. Upon Shigionoth.
ହବକ୍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍।
2 O LORD, I have heard the report of Thee, and am afraid; O LORD, revive Thy work in the midst of the years, in the midst of the years make it known; in wrath remember compassion.
ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।
3 God cometh from Teman, and the Holy One from mount Paran. (Selah) His glory covereth the heavens, and the earth is full of His praise.
ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। (ସେଲା) ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।
4 And a brightness appeareth as the light; rays hath He at His side; and there is the hiding of His power.
ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
5 Before him goeth the pestilence, and fiery bolts go forth at His feet.
ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।
6 He standeth, and shaketh the earth, He beholdeth, and maketh the nations to tremble; and the everlasting mountains are dashed in pieces, the ancient hills do bow; His goings are as of old.
ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
7 I see the tents of Cushan in affliction; the curtains of the land of Midian do tremble.
ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।
8 Is it, O LORD, that against the rivers, is it that Thine anger is kindled against the rivers, or Thy wrath against the sea? that Thou dost ride upon Thy horses, upon Thy chariots of victory?
ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?
9 Thy bow is made quite bare; sworn are the rods of the word. (Selah) Thou dost cleave the earth with rivers.
ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। (ସେଲା) ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।
10 The mountains have seen Thee, and they tremble; the tempest of waters floweth over; the deep uttereth its voice, and lifteth up its hands on high.
ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
11 The sun and moon stand still in their habitation; at the light of Thine arrows as they go, at the shining of Thy glittering spear.
ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।
12 Thou marchest through the earth in indignation, Thou threshest the nations in anger.
ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।
13 Thou art come forth for the deliverance of Thy people, for the deliverance of Thine anointed; Thou woundest the head out of the house of the wicked, uncovering the foundation even unto the neck. (Selah)
ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। (ସେଲା)
14 Thou hast stricken through with his own rods the head of his rulers, that come as a whirlwind to scatter me; whose rejoicing is as to devour the poor secretly.
ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।
15 Thou hast trodden the sea with Thy horses, the foaming of mighty waters.
ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।
16 When I heard, mine inward parts trembled, my lips quivered at the voice; rottenness entereth into my bones, and I tremble where I stand; that I should wait for the day of trouble, when he cometh up against the people that he invadeth.
ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
17 For though the fig-tree shall not blossom, neither shall fruit be in the vines; the labour of the olive shall fail, and the fields shall yield no food; the flock shall be cut off from the fold, and there shall be no herd in the stalls;
କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
18 Yet I will rejoice in the LORD, I will exult in the God of my salvation.
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
19 God, the Lord, is my strength, and He maketh my feet like hinds' feet, and He maketh me to walk upon my high places. For the Leader. With my string-music.
ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।

< Habakkuk 3 >