< Proverbs 16 >
1 The preparations of the heart are man's, but the answer of the tongue is from the LORD.
ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।
2 All the ways of a man are clean in his own eyes; but the LORD weigheth the spirits.
ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।
3 Commit thy works unto the LORD, and thy thoughts shall be established.
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
4 The LORD hath made every things for His own purpose, yea, even the wicked for the day of evil.
ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
5 Every one that is proud in heart is an abomination to the LORD; my hand upon it! he shall not be unpunished.
ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
6 By mercy and truth iniquity is expiated; and by the fear of the LORD men depart from evil.
ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
7 When a man's ways please the LORD, He maketh even his enemies to be at peace with him.
ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
8 Better is a little with righteousness than great revenues with injustice.
ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ।
9 A man's heart deviseth his way; but the LORD directeth his steps.
ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
10 A divine sentence is in the lips of the king; his mouth trespasseth not in judgment.
ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।
11 A just balance and scales are the LORD'S; all the weights of the bag are His work.
ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
12 It is an abomination to kings to commit wickedness; for the throne is established by righteousness.
କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
13 Righteous lips are the delight of kings; and they love him that speaketh right.
ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି।
14 The wrath of a king is as messengers of death; but a wise man will pacify it.
ରାଜାର କ୍ରୋଧ ମୃତ୍ୟୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।
15 In the light of the king's countenance is life; and his favour is as a cloud of the latter rain.
ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ।
16 How much better is it to get wisdom than gold! yea, to get understanding is rather to be chosen than silver.
ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!
17 The highway of the upright is to depart from evil; he that keepeth his way preserveth his soul.
ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
18 Pride goeth before destruction, and a haughty spirit before a fall.
ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
19 Better it is to be of a lowly spirit with the humble, than to divide the spoil with the proud.
ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ।
20 He that giveth heed unto the word shall find good; and whoso trusteth in the LORD, happy is he.
ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
21 The wise in heart is called a man of discernment; and the sweetness of the lips increaseth learning.
ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।
22 Understanding is a fountain of life unto him that hath it; but folly is the chastisement of fools.
ସଦ୍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
23 The heart of the wise teacheth his mouth, and addeth learning to his lips.
ଜ୍ଞାନବାନର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।
24 Pleasant words are as a honeycomb, sweet to the soul, and health to the bones.
ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
25 There is a way which seemeth right unto a man, but the end thereof are the ways of death.
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ।
26 The hunger of the labouring man laboureth for him; for his mouth compelleth him.
ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।
27 An ungodly man diggeth up evil, and in his lips there is as a burning fire.
ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
28 A froward man soweth strife; and a whisperer separateth familiar friends.
କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
29 A man of violence enticeth his neighbour, and leadeth him into a way that is not good.
ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।
30 He that shutteth his eyes, it is to devise froward things; he that biteth his lips bringeth evil to pass.
ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।
31 The hoary head is a crown of glory, it is found in the way of righteousness.
ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
32 He that is slow to anger is better than the mighty; and he that ruleth his spirit than he that taketh a city.
ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
33 The lot is cast into the lap; but the whole disposing thereof is of the LORD.
ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।