< Psalms 4 >

1 For the Leader; with string-music. A Psalm of David. Answer me when I call, O God of my righteousness, Thou who didst set me free when I was in distress; be gracious unto me, and hear my prayer.
ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
2 O ye sons of men, how long shall my glory be put to shame, in that ye love vanity, and seek after falsehood? (Selah)
ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? (ସେଲା)
3 But know that the LORD hath set apart the godly man as His own; the LORD will hear when I call unto Him.
ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
4 Tremble, and sin not; commune with your own heart upon your bed, and be still. (Selah)
ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। (ସେଲା)
5 Offer the sacrifices of righteousness, and put your trust in the LORD.
ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
6 Many there are that say: 'Oh that we could see some good!' LORD, lift Thou up the light of Thy countenance upon us.
ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
7 Thou hast put gladness in my heart, more than when their corn and their wine increase.
ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
8 In peace will I both lay me down and sleep; for Thou, LORD, makest me dwell alone in safety.
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

< Psalms 4 >