< Proverbs 3 >

1 My son, forget not my law; but let thine heart keep my commandments:
ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।
2 For length of days, and long life, and peace, shall they add to thee.
ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।
3 Let not mercy and truth forsake thee: bind them about thy neck; write them upon the table of thine heart:
ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।
4 So shalt thou find favour and good understanding in the sight of God and man.
ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।
5 Trust in Yhwh with all thine heart; and lean not unto thine own understanding.
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
6 In all thy ways acknowledge him, and he shall direct thy paths.
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
7 Be not wise in thine own eyes: fear Yhwh, and depart from evil.
ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
8 It shall be health to thy navel, and marrow to thy bones.
ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।
9 Honour Yhwh with thy substance, and with the firstfruits of all thine increase:
ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
10 So shall thy barns be filled with plenty, and thy presses shall burst out with new wine.
ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
11 My son, despise not the chastening of Yhwh; neither be weary of his correction:
ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
12 For whom Yhwh loveth he correcteth; even as a father the son in whom he delighteth.
କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।
13 Happy is the man that findeth wisdom, and the man that getteth understanding.
ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।
14 For the merchandise of it is better than the merchandise of silver, and the gain thereof than fine gold.
ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ।
15 She is more precious than rubies: and all the things thou canst desire are not to be compared unto her.
ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
16 Length of days is in her right hand; and in her left hand riches and honour.
ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।
17 Her ways are ways of pleasantness, and all her paths are peace.
ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ।
18 She is a tree of life to them that lay hold upon her: and happy is every one that retaineth her.
ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
19 Yhwh by wisdom hath founded the earth; by understanding hath he established the heavens.
ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
20 By his knowledge the depths are broken up, and the clouds drop down the dew.
ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ।
21 My son, let not them depart from thine eyes: keep sound wisdom and discretion:
ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
22 So shall they be life unto thy soul, and grace to thy neck.
ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।
23 Then shalt thou walk in thy way safely, and thy foot shall not stumble.
ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
24 When thou liest down, thou shalt not be afraid: yea, thou shalt lie down, and thy sleep shall be sweet.
ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
25 Be not afraid of sudden fear, neither of the desolation of the wicked, when it cometh.
ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।
26 For Yhwh shall be thy confidence, and shall keep thy foot from being taken.
ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।
27 Withhold not good from them to whom it is due, when it is in the power of thine hand to do it.
ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
28 Say not unto thy neighbour, Go, and come again, and to morrow I will give; when thou hast it by thee.
ଆପଣା ନିକଟରେ ଦ୍ରବ୍ୟ ଥିଲେ, ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।
29 Devise not evil against thy neighbour, seeing he dwelleth securely by thee.
ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।
30 Strive not with a man without cause, if he have done thee no harm.
ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ।
31 Envy thou not the oppressor, and choose none of his ways.
ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।
32 For the perverse is abomination to Yhwh: but his secret counsel is with the righteous.
କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।
33 The curse of Yhwh is in the house of the wicked: but he blesseth the habitation of the just.
ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।
34 Surely he scorneth the scorners: but he giveth grace unto the lowly.
ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।
35 The wise shall inherit glory: but shame shall be the promotion of fools.
ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।

< Proverbs 3 >